Latest Odisha News

ଅଭିଳାଷ ପଣ୍ଡାଙ୍କୁ ଆକ୍ରମଣ ଘଟଣାରେ ୫ ଗିରଫ, ଭଦ୍ରକରେ ୧୪୪ ଧାରା ଜାରି

ଭଦ୍ରକ: ଯୁବ ବିଜେପି ରାଜ୍ୟ ସଭାପତି ଅଭିଳାଷ ପଣ୍ଡା ଏବଂ ସମ୍ପାଦକ ସୁବ୍ରତ ବିଶ୍ୱାଳଙ୍କୁ ମରଣାନ୍ତକ ଆକ୍ରମଣ ଘଟଣାରେ ୫ ଜଣଙ୍କୁ ପୋଲିସ ଗିରଫ କରିଛି। ଗତକାଲି ଅଭିଳାଷଙ୍କ ସହ ଅନ୍ୟ ୨୦ଜଣଙ୍କୁ ଚାନ୍ଦବାଲି ନିର୍ବାଚନମଣ୍ଡଳୀ ଅନ୍ତର୍ଗତ କରଞ୍ଜମାଳ ପଂଚାୟତର ଖପୁରିଆ ଛକ ନିକଟରେ ଏମାନଙ୍କ ଉପରକୁ ମରଣାନ୍ତକ ଆକ୍ରମଣ ହୋଇଥିବା ଅଭିଯୋଗ ହୋଇଛି । ଆକ୍ରମଣକାରୀଙ୍କ ମଧ୍ୟରୁ ୫ ଜଣଙ୍କୁ ଗିରଫ କଲା ପୋଲିସ ।

ପ୍ରଚାରରୁ ଫେରିବା ବେଳେ ସସିତାଦେଇପୁର ନିକଟରେ ଅଭିଲାଷଙ୍କୁ ଆକ୍ରମଣ କରିଥିଲେ କିଛି ଦୁର୍ବୃତ୍ତ । ତେବେ ଅଭିଳାଷଙ୍କୁ କିଛି ବିଜେଡି କର୍ମୀ ଆକ୍ରମଣ କରିଥିବା ଅଭିଯୋଗ ହୋଇଛି । ଆକ୍ରମଣରେ ଅଭିଳାଷଙ୍କ ମୁଣ୍ଡ ଫାଟିବା ସହ ହାତ ଏବଂ ଗୋଡରେ ଆଘାତ ଲାଗିଛି । ଏହାସହ ଗାଡି ମଧ୍ୟ ଭଙ୍ଗାରୁଜା ହୋଇଛି । ଏହି ଆକ୍ରମଣ ପରେ ଗୁରୁତର ଅବସ୍ଥାରେ ୪ଜଣଙ୍କୁ ବାସୁଦେବପୁର ଡାକ୍ତରଖାନାକୁ ସ୍ଥାନାନ୍ତରିତ କରାଯାଇଛି । ଏନେଇ ବାଂଶଡ଼ା ଥାନାରେ ଅଭିଯୋଗ ହୋଇଥିଲା। ଏହି ଘଟଣା ପରେ ପୋଲିସ ଘଟଣାସ୍ଥଳରେ ପହଞ୍ଚି ସ୍ଥିତିକୁ ନିୟନ୍ତ୍ରଣ ପାଇଁ ଉଦ୍ୟମ ଜାରି ରଖିଛି । ଘଟଣାକୁ ନେଇ ସ୍ଥାନୀୟ ଅଞ୍ଚଳରେ ଉତ୍ତେଜନା ଦେଖାଦେଇଛି ।

ଅନ୍ୟପକ୍ଷରେ ଏହି ଘଟଣାର ପ୍ରତିବାଦରେ ସିଇଓଙ୍କୁ ଭେଟି ଫେରାଦ ହୋଇଛି ବିଜେପିର ପ୍ରତିନିଧି ମଣ୍ଡଳୀ। ଦୋଷୀଙ୍କୁ ଗିରଫ କରିବା ସହ କେନ୍ଦ୍ରୀୟ ସୁରକ୍ଷା ଫୋର୍ସ ମୁତୟନ କରାଯାଉ ବୋଲି ଦାବି କରିଥିଲା ଦଳ । ସେପଟେ ଭଦ୍ରକ ଜିଲ୍ଲାର ସବୁ ନିର୍ବାଚନ ମଣ୍ଡଳୀରେ ୧୪୪ ଧାରା ଜାରି ହୋଇଛି।

Comments are closed.