ଭୁବନେଶ୍ବର: ତାତିରେ ଜଳୁଛି ସାରା ରାଜ୍ୟ। ବିଶେଷ କରି ପଶ୍ଚିମ ଉପକୂଳରେ ଭୀଷଣ ଗୁଳୁଗୁଳି ହେଉଛି। ଆକାଶରୁ ନିଆଁ ବର୍ଷୁଛି। କଲବଲ ହେଉଛନ୍ତି ସାଧାରଣ ଲୋକେ। ଅସହ୍ଯ ତାତି ଯୋଗୁଁ ୪ ଜିଲ୍ଲାରେ ସ୍କୁଲ, କଲେଜ ଛୁଟି ଘୋଷଣା ହୋଇଛି। ବଲାଙ୍ଗୀର, ସୁବର୍ଣ୍ଣପୁର, କଳାହାଣ୍ଡି ଓ ବୌଦ୍ଧ ଜିଲ୍ଲାରେ ସ୍କୁଲ, କଲେଜ ଛୁଟି ଘୋଷଣା ହୋଇଛି। ବଲାଙ୍ଗୀର ଜିଲ୍ଲାରେ ଆଜିଠୁ ୨୧ ତାରିଖ ପର୍ଯ୍ୟନ୍ତ ଛୁଟି ଘୋଷଣା ହୋଇଛି। ଜିଲ୍ଲାରେ ସ୍କୁଲ, କଲେଜ ସହ ବନ୍ଦ ରହିବ ଅଙ୍ଗନବାଡ଼ି କେନ୍ଦ୍ର। ବୈଷୟିକ ଶିକ୍ଷାନୁଷ୍ଠାନ ମଧ୍ୟ ବନ୍ଦ ରହିବ ।
ପ୍ରବଳ ଖରାକୁ ଦୃଷ୍ଟିରେ ରଖି ଛୁଟି ଘୋଷଣା କରିଛନ୍ତି ବଲାଙ୍ଗିର ଜିଲ୍ଲାପାଳ। ଗ୍ରୀଷ୍ମ ସ୍ଥିତିକୁ ଦେଖି ପରବର୍ତ୍ତୀ ଛୁଟି ନିଷ୍ପତ୍ତି ନିଆଯିବ। ସେହିପରି ସୁବର୍ଣ୍ଣପୁରରେ ୨୨ ଯାଏ ସ୍କୁଲ, କଲେଜ ଓ ଅଙ୍ଗନବାଡ଼ି ଛୁଟି। ପ୍ରବଳ ଖରା ପାଇଁ ସମସ୍ତ ଶିକ୍ଷାନୁଷ୍ଠାନ ବନ୍ଦ ରହିବ। ଏନେଇ ସୁବର୍ଣ୍ଣପୁର ଜିଲ୍ଲାପାଳ ଘୋଷଣା କରିଛନ୍ତି । ସେହିପରି କଳାହାଣ୍ଡିରେ ୨୧ ତାରିଖ ଓ ବୌଦ୍ଧ ଜିଲ୍ଲାରେ ୨୨ ଯାଏଁ ସ୍କୁଲ ଛୁଟି ଘୋଷଣା ହୋଇଛି ।
ତେବେ ସମସ୍ତ ଶିକ୍ଷାନୁଷ୍ଠାନର ମୁଖ୍ୟମାନଙ୍କୁ ସ୍ବତନ୍ତ୍ର ରିଲିଫ କମିଶନରଙ୍କ ଏସଓପି ଅନୁସରଣ କରିବାକୁ ପରାମର୍ଶ ଦିଆଯାଇଛି। ନିର୍ଦ୍ଧାରିତ ପରୀକ୍ଷାଗୁଡ଼ିକ ଜାରି ରଖିବାକୁ ପରାମର୍ଶ ଦିଆଯାଇଛି। ପରୀକ୍ଷା ପରିଚାଳନା ସମୟରେ ସତର୍କତାମୂଳକ ପଦକ୍ଷେପ ଗ୍ରହଣ ସହ ଆବଶ୍ୟକ ବ୍ୟବସ୍ଥା କରିବାକୁ ନିର୍ଦ୍ଦେଶ ଦିଆଯାଇଛି।
Comments are closed.