Latest Odisha News

BREAKING NEWS

ରାଉରକେଲାରେ ବସ୍-ଟ୍ରକ୍ ମୁହାଁମୁହିଁ ଧକ୍କା, ୫ ଆହତ

ରାଉରକେଲା : ରାଉରକେଲା ସ୍ଥିତ ବ୍ରାହ୍ମଣୀ ତରଙ୍ଗ ଥାନା ଅନ୍ତର୍ଗତ ଟିସିଆଇ ରାସ୍ତା ନିକଟରେ ଶନିବାର ସକାଳେ ଏକ ବସ୍-ଟ୍ରକ୍ ମୁହାଁମୁହିଁ ଧକ୍କା ହେବା ଫଳରେ ୫ଜଣ ଗୁରୁତର ଆହତ ହୋଇଛନ୍ତି ।

ମିଳିଥିବା ସୂଚନାନୁଯାୟୀ ରାଉରକେଲାରୁ ଏକ ଯାତ୍ରୀବାହୀ ବସ୍ ବିହାରର ଗୟା ଅଭିମୁଖେ ଯାଉଥିବା ବେଳେ ଉକ୍ତ ଛକ ନିକଟରେ ଅନ୍ୟଏକ ଟ୍ରକ୍ ସହ ମୁହାଁମୁହିଁ ଧକ୍କା ହୋଇଥିଲା । ଫଳରେ ଏହି ମର୍ମନ୍ତୁଦ ସଡକ ଦୁର୍ଘଟଣ ଘଟିଛି ।

ଏହି ଦୁର୍ଘଟଣାରେ ପାଖାପାଖି ୫ ଜଣ ଯାତ୍ରୀ ଆହତ ହୋଇଥିବା ବେଳେ ଗାଡି ଡ୍ରାଇଭରଙ୍କ ଅବସ୍ଥା ଗୁରୁତର ଥିବା ନେଇ ସୁତ୍ରରୁ ପ୍ରକାଶ ।

ତେବେ ଆହତମାନଙ୍କୁ ଉଦ୍ଧାର କରାଯାଇ ଚିକିତ୍ସା ନିମନ୍ତେ ସ୍ଥାନୀୟ ହସ୍ପିଟାଲରେ ଭର୍ତ୍ତି କରାଯାଇଥିବା ବେଳେ ଘଟଣାସ୍ଥଳରେ ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଥିବା ଜଣାପଡିଛି ।

Leave A Reply

Your email address will not be published.