Latest Odisha News

ବହୁ ଚର୍ଚ୍ଚିତ ଧୀର ସାମଲ ହତ୍ୟା ମାମଲା; ୫ ହତ୍ୟାକାରୀଙ୍କୁ ଆଜୀବନ କାରାଦଣ୍ଡ

ବ୍ରହ୍ମପୁର: ଦୀର୍ଘ ୧୪ ବର୍ଷ ପରେ ବ୍ରହ୍ମପୁରର ବହୁ ଚର୍ଚ୍ଚିତ ଧୀର ସାମଲ ହତ୍ୟା ମାମଲାର ଆସିଲା ରାୟ । ୫ ଜଣ ଅଭିଯୁକ୍ତଙ୍କୁ ଆଜୀବନ କାରାଦଣ୍ଡାଦେଶ ଶୁଣାଇଛନ୍ତି ଗଞ୍ଜାମ ଜିଲ୍ଲା ଓ ଦୌରାଜଜ୍‌ ରୂପଶ୍ରୀ ଚୌଧୁରୀ ।

ଉକ୍ତ ଅଭିଯୁକ୍ତମାନେ ହେଲେ କାଳିଆ ସେଠୀ, ପି.କୃଷ୍ଣଚନ୍ଦ୍ର ପାତ୍ର, ପିଙ୍କୁ ପାତ୍ର, ସଞ୍ଜୟ ପ୍ରଧାନ ଓ ସନିଆ ଗୌଡ଼ । ଆବଶ୍ୟକ ସାକ୍ଷ୍ୟ ପ୍ରମାଣ ଆଧାରରେ ଏହି ୫ ଜଣ ଅଭିଯୁକ୍ତଙ୍କୁ ଦୋଷୀ ସାବ୍ୟସ୍ତ କରିଛନ୍ତି କୋର୍ଟ । ସରକାରଙ୍କ ପକ୍ଷରୁ କ୍ୟାଡର ପବ୍ଲିକ ପ୍ରସିକ୍ୟୁଟର (ପିପି) ତ୍ରିଲୋଚନ ପରିଡ଼ା ମୋକଦ୍ଦମା ପରିଚାଳନା କରୁଥିଲେ।

ସୂଚନାଯୋଗ୍ୟ, ପୂର୍ବଶତ୍ରୁତା କାରଣରୁ ୨୦୧୦ ମସିହାରେ ଧୀର ସାମଲଙ୍କୁ ସଂଘବଦ୍ଧ ଭାବେ ଖଣ୍ଡାରେ ହାଣି ହତ୍ୟା କରିଥିଲେ ଉପରୋକ୍ତ ୫ ଅଭିଯୁକ୍ତ । ଏହି ମାମଲାର ବିଚାର ବେଳେ ୨୪ ଜଣ ସାକ୍ଷୀଙ୍କ ବୟାନ ରେକର୍ଡ କରାଯାଇଥିଲା । ସାକ୍ଷୀମାନଙ୍କ ବୟାନକୁ ଆଧାର କରି ଉପଯୁକ୍ତ ପ୍ରମାଣ ମିଳିଥିବାରୁ ଜିଲ୍ଲା ଜଜ୍‌ ଉପରୋକ୍ତ ୫ ଅଭିଯୁକ୍ତଙ୍କୁ ଆଜୀବନ କାରାଦଣ୍ଡରେ ଦଣ୍ଡିତ କରିଛନ୍ତି ।

Comments are closed.