Latest Odisha News

ରାଜ୍ୟ କ୍ୟାବିନେଟର ୨୯ ତମ ବୈଠକରେ ୫ଟି ପ୍ରସ୍ତାବକୁ ଅନୁମୋଦନ

ଭୁବନେଶ୍ୱର: ଆଜି ରାଜ୍ୟ କ୍ୟାବିନେଟର ୨୯ ତମ ବୈଠକ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଲୋକସେବା ଭବନ ସ୍ଥିତ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି l ବୈଠକ ପରେ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା କ୍ୟାବିନେଟ ବୈଠକରେ ନିଆଯାଇଥିବା ନିଷ୍ପତ୍ତି ସମ୍ପର୍କରେ ଗଣମାଧ୍ୟମକୁ ସୂଚନା ଦେଇଥିଲେ ।

ମୁଖ୍ୟ ଶାସନ ସଚିବଙ୍କ ସୂଚନା ଅନୁସାରେ, କ୍ୟାବିନେଟ ବୈଠକରେ ମୋଟ ୪ଟି ବିଭାଗର ୫ଟି ପ୍ରସ୍ତାବ ଆଲୋଚନା ପୂର୍ବକ ଅନୁମୋଦନ କରାଯାଇଥିଲl l ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ବିଭାଗର ଗୋଟିଏ, କୃଷି ଓ କୃଷକ ସଶକ୍ତି କରଣ ବିଭାଗର ଗୋଟିଏ, ବାଣିଜ୍ୟ ଓ ପରିବହନ ବିଭାଗର ଗୋଟିଏ ଏବଂ ଗୃହ ଓ ନଗର ଉନ୍ନୟନ ବିଭାଗର ୨ ଟି, ଏହିଭଳି ମୋଟ ୫ଟି ପ୍ରସ୍ତାବ ଆଗତ ପୂର୍ବକ ଆଲୋଚନା କରାଯାଇ ଅନୁମୋଦନ କରାଯାଇଥିଲା l

ବିମାନ ଚଳାଚଳ କ୍ଷେତ୍ର ପାଇଁ ବି-ମାନ ଏକୀକୃତ ଯୋଜନାକୁ କ୍ୟାବିନେଟର ଅନୁମୋଦନ ମିଳିଛି । ବିମାନ ଚଳାଚଳ କ୍ଷେତ୍ର ପାଇଁ ଭିତ୍ତିଭୂମିର ବିକାଶ ଓ ଆଧୁନିକରଣ ପାଇଁ ଖର୍ଚ୍ଚ ହେବ ୪ହଜାର ୧୮୨ କୋଟି ଟଙ୍କା । ବିମାନ ସଂଯୋଗ, ରକ୍ଷଣାବେକ୍ଷଣ, ମରାମତି, କର୍ଗୋ ଓ ଲଜେଷ୍ଟିକ ବିକାଶ, ନୂଆ ପ୍ରଯୁକ୍ତିବିଦ୍ୟାର ବ୍ୟବହାର ଆଦି ଏହା ମଧ୍ୟରେ ସାମିଲ ରହିଛି ।

 

Comments are closed.