Latest Odisha News

BREAKING NEWS

ଜାମ୍ମୁ-କାଶ୍ମୀର: ସେନା ଏନକାଉଣ୍ଟରରେ ୫ ଆତଙ୍କବାଦୀ ନିହତ

ଶ୍ରୀନଗର : ଜାମ୍ମୁ-କାଶ୍ମୀରର କୁଲଗାମ୍ ଜିଲ୍ଲାର କେଲ୍ଲାମ ଅଞ୍ଚଳରେ ରବିବାର ଦିନ ସୁରକ୍ଷାକର୍ମୀ ଓ ଆତଙ୍କବାଦୀଙ୍କ ଗୁଳି ବିନିମୟରେ ୫ଜଣ ଆତଙ୍କବାଦୀ ନିହତ ହୋଇଛନ୍ତି ।

ସୂଚନା ଅନୁଯାୟୀ କିଛି ଆତଙ୍କବାଦୀ କୁଲଗାମ୍ ଜିଲ୍ଲାର କେଲ୍ଲାମ ଅଞ୍ଚଳରେ ଲୁଚି ରହିଥିବା ନେଇ ସୁରକ୍ଷାକର୍ମୀଙ୍କୁ ଖବର ମିଳିଥିଲା । ପରବର୍ତ୍ତୀ ସମୟରେ ଆତଙ୍କବାଦୀ ମାନଙ୍କୁ ଧରିବା ପାଇଁ ସୁରକ୍ଷାକର୍ମୀ ମାନେ ଏକ ସର୍ଚ୍ଚ ଅପରେସନ ଜାରି କରିଥିଲେ ।

ଏହି ସର୍ଚ୍ଚ ଅପରେସନ ବେଳେ ଆତଙ୍କବାଦୀ ପକ୍ଷରୁ ଅତର୍କିତ ଗୁଳି ଚାଳନା ହୋଇଥିଲା ବେଳେ ସୁରକ୍ଷାକର୍ମୀଙ୍କ ପାଲଟା ଗୁଳି ଚାଳନାରେ ୫ ଜଣ ଆତଙ୍କବାଦୀ ନିହତ ହୋଇଥିବା ନେଇ ସୂଚନା ମିଳିଛି ।

ଅନ୍ୟପକ୍ଷରେ ଘଟଣାସ୍ଥଳରୁ ଯବାନ ମାନେ ବିପୁଳ ଅସ୍ତ୍ରଶସ୍ତ୍ର ଜବତ କରିବା ସହ ସମ୍ପୃକ୍ତ ଅଞ୍ଚଳକୁ ଘେରାଉ କରି ସର୍ଚ୍ଚ ଅପରେସନ ଜୋରଦାର କରିଥିବା ନେଇ ଜଣାପଡିଛି ।

Leave A Reply

Your email address will not be published.