Latest Odisha News

BREAKING NEWS

ଗଞ୍ଜାମରୁ ଚିହ୍ନଟ ହେଲେ ଆଉ ୫୦ କରୋନା ଆକ୍ରାନ୍ତ

ଭୁବନେଶ୍ୱର: ରାଜ୍ୟରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢୁଥିବା ବେଳେ ଗତ ୨୪ ଘଣ୍ଟା ମଧ୍ୟରେ ଗଞ୍ଜାମରୁ ୫୦ ନୂଆ ପଜିଟିଭ ଚିହ୍ନଟ ହୋଇଛନ୍ତି । ଏନେଇ ଟ୍ୱିଟ୍ ଯୋଗେ ସୂଚନା ଦେଇଛନ୍ତି ଗଞ୍ଜାମ ଜିଲ୍ଲା ପ୍ରଶାସନ।

ପ୍ରାପ୍ତ ସୂଚନାନୁଯାୟୀ ଏହି ଆକ୍ରାନ୍ତଙ୍କୁ ମିଶାଇ ଜିଲ୍ଲାରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୧୩୮ ରେ ପହଂଚିଛି । ଅନ୍ୟପଟେ ବର୍ତ୍ତମାନ ସୁଦ୍ଧା ଜିଲ୍ଲାରେ ୩୧୨ଟି ସକ୍ରିୟ ମାମଲା ରହିଥିବା ବେଳେ ୭୬୮ ଜଣ ଆରୋଗ୍ୟ ଲାଭ କରିଥିବା ବେଳେ ୮ ଜଣ ପ୍ରାଣ ହରାଇଛନ୍ତି

ଅପରପକ୍ଷରେ ସମସ୍ତ ଆକ୍ରାନ୍ତଙ୍କୁ କୋଭିଡ ହସ୍ପିଟାଲକୁ ସ୍ଥାନାନ୍ତର କରାଯାଇଥିବା ନେଇ ପ୍ରଶାସନ ପକ୍ଷରୁ ସୂଚନା ମିଳିଛି ।

Leave A Reply

Your email address will not be published.