Latest Odisha News

BREAKING NEWS

ଭୁବନେଶ୍ୱରରେ ୨୪ ଘଣ୍ଟାରେ ୫୧ ଆକ୍ରାନ୍ତ, ୭୧ ସୁସ୍ଥ

ଭୁବନେଶ୍ୱର: ରାଜ୍ୟରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢୁଥିବା ବେଳେ ଗତ ୨୪ ଘଣ୍ଟା ମଧ୍ୟରେ ଭୁବନେଶ୍ୱରରୁ ୫୧ ନୂଆ ପଜିଟିଭ ଚିହ୍ନଟ ହୋଇଛନ୍ତି ।

ଏନେଇ ଟ୍ୱିଟ୍ ଯୋଗେ ସୂଚନା ଦେଇଛନ୍ତି ଭୁବନେଶ୍ୱର ମହାନଗର ନିଗମ (ବିଏମସି) ।

ସୂଚନାନୁଯାୟୀ ସମ୍ପୃକ୍ତ ଆକ୍ରାନ୍ତଙ୍କ ମଧ୍ୟରେ ୧୬ କ୍ୱାରେଣ୍ଟାଇନ୍ ଏବଂ ୩୫ଟି ସ୍ଥାନୀୟ ମାମଲା ରହିଛି । ଅପରପକ୍ଷରେ ଗତ ୨୪ ଘଣ୍ଟାରେ ଭୁବନେଶ୍ୱରରୁ ୭୧ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି ।

ଉଲ୍ଲେଖଯୋଗ୍ୟ, ଭୁବନେଶ୍ୱରରେ ମୋଟ୍ ୩୦ ହଜାର ୦୭୦ କରୋନା ପଜିଟିଭ ମାମଲା ରହିଛି । ତନ୍ମଧ୍ୟରୁ ବର୍ତ୍ତମାନ ସୁଦ୍ଧା ୭୧୨ ସକ୍ରିୟ ମାମଲା ରହିଥିବା ବେଳେ ମୋଟ୍ ୨୯ ହଜାର ୧୪୫ ଜଣ ଆରୋଗ୍ୟ ଲାଭ କରିଛନ୍ତି । ଏହାଛଡା ୧୯୨ ଜଣଙ୍କର ମୃତ୍ୟୁ ଘଟିଛି ।

Leave A Reply

Your email address will not be published.