Latest Odisha News

BREAKING NEWS

ଭୁବନେଶ୍ୱରରେ ବଢ଼ୁଛି ସଂକ୍ରମଣ, ଆଜି ପୁଣି ୫୪୧ ପଜିଟିଭ ଚିହ୍ନଟ

ଭୁବନେଶ୍ୱର: ବିପଦରେ ଭୁବନେଶ୍ୱର । ଏଠାରେ ଦିନକୁ ଦିନ ବଢ଼ୁଛି କରୋନା ସଂକ୍ରମଣଙ୍କ ସଂଖ୍ୟା । ଆଜି ପୁଣି ରାଜଧାନୀରୁ ୫୪୧ ଜଣ କୋଭିଡ ପଜିଟିଭ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରେ ୨୨୦ ଜଣ ରହିଥିବା ବେଳେ ୩୨୧ ହେଉଛନ୍ତି ସ୍ଥାନୀୟ ସଂକ୍ରମିତ । ଏହାସହ ୩୦୦ ଜଣ ଆରୋଗ୍ୟ ଲାଭ କରିଛନ୍ତି ।

ରାଜଧାନୀରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୧,୨୭୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୪୨୮୨ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୬୯୩୫ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ସେହିପରି ୪୪ ଜଣଙ୍କର ମୃତ୍ୟୁ ହୋଇଛି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧,୦୯,୭୮୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୨୮,୪୪୩ ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୮୦,୭୭୦ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ସେହିପରି ୫୧୪ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୫୩ ଜଣଙ୍କ ମୃତ୍ୟୁ ଅନ୍ୟ ରୋଗ ଯୋଗୁଁ ହୋଇଛି ।

Leave A Reply

Your email address will not be published.