Latest Odisha News

BREAKING NEWS

ଓଡିଶାର ୨୩ ଜିଲ୍ଲାରୁ ନୂଆ ୫୪୩ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର: କରୋନାଭାଇରସର କାୟା ଦିନକୁ ଦିନ ବଢୁଥିବା ବେଳେ ଓଡିଶାରେ ଗତ ୨୪ଘଣ୍ଟାରେ ନୂଆ ୫୪୩ କରୋନା ଆକ୍ରାନ୍ତ ବ୍ୟକ୍ତିଙ୍କୁ ଚିହ୍ନଟ କରାଯାଇଛି । ଯାହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୪ ହଜାର ୨୮୦ରେ ପହଞ୍ଚିଛି।

ଏନେଇ ଟ୍ୱିଟ୍ କରିଛି ରାଜ୍ୟ ସୂଚନା ଓ ଲୋକସମ୍ପର୍କ ବିଭାଗ।

 

ମିଳିଥିବା ସୂଚନାନୁଯାୟୀ ସମସ୍ତ ପଜିଟିଭଙ୍କ ମଧ୍ୟରୁ ୩୫୪ ଜଣ କ୍ୱାରେଣ୍ଟାଇନ ସେଣ୍ଟରର ଏବଂ ୧୮୯ ଜଣ ସ୍ଥାନୀୟ ବାସିନ୍ଦା ବୋଲି ଜଣାପଡିଛି । ଏଥିମଧ୍ୟରେ ଗଞ୍ଜାମ ଜିଲ୍ଲାରୁ ସର୍ବାଧିକ ୧୮୮ଟି ପିଜିଟିଭ ମାମଲା ଚିହ୍ନଟ କରାଯାଇଛି।

ଏହାଛଡା ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ପ୍ରାୟ ୨୩ ଜିଲ୍ଲାରୁ ଏହି ୫୪୩ ଜଣ ନୂଆ ଆକ୍ରାନ୍ତ ବାହାରିଛନ୍ତି । ଏହାବ୍ୟତିତ ପାଖାପାଖି ୫୦୫ ଜଣ କରୋନା ରୋଗୀ ସୁସ୍ଥ ହୋଇଛନ୍ତି।

ଉଲ୍ଲେଖଯୋଗ୍ୟ, ଓଡିଶାରେ ବର୍ତ୍ତମାନ ସୁଦ୍ଧା ୪୯୨୯ଟି ସକ୍ରିୟ ମାମଲା ରହିଥିବା ବେଳେ ମୋଟ୍ ୯୨୫୫ ଜଣ ଆରୋଗ୍ୟ ଲାଭ କରିଛନ୍ତି। ଏହାଛଡା ୭୪ ଜଣଙ୍କର ମୃତ୍ୟୁ ଘଟିଛି।

Leave A Reply

Your email address will not be published.