Latest Odisha News

BREAKING NEWS

ଭୁବନେଶ୍ୱରରେ ୧୨ ହଜାର ଟପିଲା କରୋନା ସଂକ୍ରମଣ; ପୁଣି ୫୫୦ ଆକ୍ରାନ୍ତ

ଭୁବନେଶ୍ୱର: ରାଜ୍ୟରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢୁଥିବା ବେଳେ ଗତ ୨୪ ଘଣ୍ଟା ମଧ୍ୟରେ ଭୁବନେଶ୍ୱରରୁ ୫୫୦ ନୂଆ ପଜିଟିଭ ଚିହ୍ନଟ ହୋଇଛନ୍ତି ।

ଏନେଇ ଟ୍ୱିଟ୍ ଯୋଗେ ସୂଚନା ଦେଇଛନ୍ତି ଭୁବନେଶ୍ୱର ମହାନଗର ନିଗମ (ବିଏମସି)।

୫୫୦ ଆକ୍ରାନ୍ତଙ୍କ ମଧ୍ୟରେ ୨୪୩ ଜଣ କ୍ୱାରେଣ୍ଟାଇନ୍ ଏବଂ ୩୦୭ଟି ସ୍ଥାନୀୟ ମାମଲା ରହିଛି । ସମସ୍ତ କରୋନା ଆକ୍ରାନ୍ତଙ୍କୁ ଚିକିତ୍ସା ପାଇଁ କୋଭିଡ ହସ୍ପିଟାଲକୁ ସ୍ଥାନାନ୍ତରିତ କରାଯାଇଛି । ଅପରପକ୍ଷରେ ଗତ ୨୪ ଘଣ୍ଟାରେ ଭୁବନେଶ୍ୱରରୁ ୨୭୨ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି।

ଉଲ୍ଲେଖଯୋଗ୍ୟ, ଭୁବନେଶ୍ୱରରେ ମୋଟ୍ ୧୨,୪୦୩ କରୋନା ପଜିଟିଭ ମାମଲା ରହିଛି । ତନ୍ମଧ୍ୟରୁ ବର୍ତ୍ତମାନ ସୁଦ୍ଧା ୪୮୨୨ ସକ୍ରିୟ ମାମଲା ରହିଥିବା ବେଳେ ମୋଟ୍ ୭୫୨୩ ଜଣ ଆରୋଗ୍ୟ ଲାଭ କରିଛନ୍ତି । ଏହାଛଡା ୪୬ ଜଣଙ୍କର ମୃତ୍ୟୁ ଘଟିଛି ।

Comments are closed.