Latest Odisha News

BREAKING NEWS

ରାଜ୍ୟରେ ଗୋଟିଏ ଦିନରେ ୫୮ ହଜାରରୁ ଉର୍ଦ୍ଧ୍ବ କରୋନା ନମୁନା ପରୀକ୍ଷା

ଭୁବନେଶ୍ୱର: ରାଜ୍ୟରେ ଗୋଟିଏ ଦିନରେ ୫୮ ହଜାରରୁ ଅଧିକ ନମୁନା ପରୀକ୍ଷା କରାଯାଇଛି। ସ୍ୱାସ୍ଥ୍ୟ ବିଭାଗର ସୂଚନା ଅନୁଯାୟୀ, ଗତ ୨୪ ଘଣ୍ଟା ଭିତରେ ୫୮ ହଜାର ୩୩୮ କରୋନା ନମୁନା ପରୀକ୍ଷା ହୋଇଛି।

ଏଥିମଧ୍ୟରୁ ୫୦,୪୪୯ ଜଣଙ୍କର ଆଣ୍ଟିଜେନ, ୭୮୧୩ ଟି ଆରଟିପିସିଆର୍ ଓ ୭୬ଟି ଟ୍ରୁନଟ୍‌ ପରୀକ୍ଷା ହୋଇଛି ବୋଲି ଅତିରିକ୍ତ ମୁଖ୍ୟ ଶାସନ ସଚିବ ପ୍ରଦୀପ୍ତ ମହାପାତ୍ର ସୂଚନା ଦେଇଛନ୍ତି।

ଗତକାଲି ମୟୁରଭଞ୍ଜ ଜିଲ୍ଲାରେ ସର୍ବାଧିକ ୯,୨୨୯ କୋରୋନା ନମୁନା ପରୀକ୍ଷା ହୋଇଥିଲା।

ଲଗାତାର କିଛି ଦିନ ଧରି ରାଜ୍ୟରେ ୫୦ ହଜାରରୁ ଅଧିକ ନମୁନା ପରୀକ୍ଷା ହେବା ଫଳରେ ନମୁନା ପରୀକ୍ଷଣ ସଂଖ୍ୟା ଇତିମଧ୍ୟରେ ୧୩ଲକ୍ଷ ଟପିଯାଇଛି।

Comments are closed.