Latest Odisha News

BREAKING NEWS

ଭୁବନେଶ୍ୱରରେ ୬୦ ତଳକୁ ଖସିଲା କରୋନା ସଂକ୍ରମଣ; ଆଜି ୫୭ ଆକ୍ରାନ୍ତ

ଭୁବନେଶ୍ୱର: ରାଜ୍ୟରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢୁଥିବା ବେଳେ ଗତ ୨୪ ଘଣ୍ଟା ମଧ୍ୟରେ ଭୁବନେଶ୍ୱରରୁ ୫୭ ନୂଆ ପଜିଟିଭ ଚିହ୍ନଟ ହୋଇଛନ୍ତି ।

ଏନେଇ ଟ୍ୱିଟ୍ ଯୋଗେ ସୂଚନା ଦେଇଛନ୍ତି ଭୁବନେଶ୍ୱର ମହାନଗର ନିଗମ (ବିଏମସି)। ସୂଚନାନୁଯାୟୀ ସମ୍ପୃକ୍ତ ଆକ୍ରାନ୍ତଙ୍କ ମଧ୍ୟରେ ୧୩ ଜଣ ହୋମ୍ କ୍ୱାରେଣ୍ଟାଇନ୍ ଏବଂ ୪୪ଟି ସ୍ଥାନୀୟ ମାମଲା ରହିଛି । ସମସ୍ତ କରୋନା ଆକ୍ରାନ୍ତଙ୍କୁ ଚିକିତ୍ସା ପାଇଁ କୋଭିଡ ହସ୍ପିଟାଲକୁ ସ୍ଥାନାନ୍ତରିତ କରାଯାଇଛି ।

ଅପରପକ୍ଷରେ ଗତ ୨୪ ଘଣ୍ଟାରେ ଭୁବନେଶ୍ୱରରୁ ୯୭ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି ।

ଉଲ୍ଲେଖଯୋଗ୍ୟ, ଭୁବନେଶ୍ୱରରେ ମୋଟ୍ ୨୯,୭୦୪ କରୋନା ପଜିଟିଭ ମାମଲା ରହିଛି । ତନ୍ମଧ୍ୟରୁ ବର୍ତ୍ତମାନ ସୁଦ୍ଧା ୮୩୨ ସକ୍ରିୟ ମାମଲା ରହିଥିବା ବେଳେ ମୋଟ୍ ୨୮,୬୭୦ ଜଣ ଆରୋଗ୍ୟ ଲାଭ କରିଛନ୍ତି । ଏହାଛଡା ୧୮୧ ଜଣଙ୍କର ମୃତ୍ୟୁ ଘଟିଛି ।

Leave A Reply

Your email address will not be published.