Latest Odisha News

ରାଜ୍ୟରୁ ୫୮ କରୋନା ଆକ୍ରାନ୍ତ ସୁସ୍ଥ

ଭୁବନେଶ୍ୱର: ଓଡିଶାରୁ ଗତ ୨୪ ଘଣ୍ଟା ମଧ୍ୟରେ ୫୮ ନୂଆ କରୋନା ରୋଗୀ ଆରୋଗ୍ୟ ଲାଭ କରିଛନ୍ତି। ଯାହାକୁ ମିଶାଇ ସୁସ୍ଥତା ସଂଖ୍ୟା ୩ ଲକ୍ଷ ୩୬ ହଜାର ୧୨୪ରେ ପହଞ୍ଚିଛି।

ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି। ଆଜି ମୋଟ୍ ସୁସ୍ଥତାଙ୍କ ମଧ୍ୟରେ ସୁନ୍ଦରଗଡରୁ ୧୦ ଜଣ ଆରୋଗ୍ୟ ଲାଭ କରିଛନ୍ତି।

ଉଲ୍ଲେଖଯୋଗ୍ୟ, ରାଜ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୩ ଲକ୍ଷ ୩୮ ହଜାର ୮୧୭କୁ ବୃଦ୍ଧି ପାଇଛି । ଏଯାବତ ରାଜ୍ୟରେ ୧୯୧୯ ଜଣଙ୍କର ମୃତ୍ୟୁ ଘଟିଛି।

Leave A Reply

Your email address will not be published.