Latest Odisha News

୧୮ କରୋନା ଯୋଦ୍ଧାଙ୍କ ସହ ଗଞ୍ଜାମରେ ୫୮ ନୂଆ ଆକ୍ରାନ୍ତ

ଭୁବନେଶ୍ୱର: ରାଜ୍ୟରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢୁଥିବା ବେଳେ ଗତ ୨୪ ଘଣ୍ଟା ମଧ୍ୟରେ ଗଞ୍ଜାମରୁ ୫୮ ନୂଆ ପଜିଟିଭ ଚିହ୍ନଟ ହୋଇଛନ୍ତି ।

ଏନେଇ ଟ୍ୱିଟ୍ ଯୋଗେ ସୂଚନା ଦେଇଛନ୍ତି ଗଞ୍ଜାମ ପ୍ରଶାସନ ।

ପ୍ରାପ୍ତ ସୂଚନାନୁଯାୟୀ ସମ୍ପୃକ୍ତ ଆକ୍ରାନ୍ତଙ୍କ ମଧ୍ୟରେ ୧୮ ଜଣ କରୋନା ଯୋଦ୍ଧା ରହିଛନ୍ତି । ସେମାନଙ୍କ ମଧ୍ୟରେ ଶେରଗଡ (୨),ରଙ୍ଗେଇଲୁଣ୍ଡା (୭), ସାନଖେମୁଣ୍ଡି (୧), କୁକୁହାଖଣ୍ଡି (୧), ପୋଲସରା (୧), ବୁଗୁଡା (୧), ଭଞ୍ଜନଗର (୧), ଆସ୍କା (୨), ବିଇଏମସି (୧) ଓ ପୁରୁଷୋତ୍ତମପୁରରୁ ଜଣେ ରହିଛନ୍ତି ।

ସେହିପରି ସୁରଟ ଫେରନ୍ତା ଜଣେ ବ୍ୟକ୍ତି କରୋନା ପଜିଟିଭ ହୋଇଥିବା ବେଳେ ଆଉ ୩୯ ଜଣ ଙ୍କର ଆକ୍ଟିଭ କଣ୍ଟାକ୍ଟ ପଜିଟିଭ କେସ୍ ରହିଛି । ଅପରପକ୍ଷରେ ସମସ୍ତ ଆକ୍ରାନ୍ତଙ୍କୁ କୋଭିଡ ହସ୍ପିଟାଲକୁ ସ୍ଥାନାନ୍ତର କରାଯାଇଥିବା ନେଇ ସୂଚନା ମିଳିଛି ।

ଉଲ୍ଲେଖଯୋଗ୍ୟ, ଗଞ୍ଜାମରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୧୯୫ । ସେଥିମଧ୍ୟରେ ୩୭୬ଟି ସକ୍ରିୟ ମାମଲା ରହିଥିବା ବେଳେ ମୋଟ୍ ୮୧୧ ଜଣ ଆରୋଗ୍ୟ ଲାଭ କରିଛନ୍ତି । ଏହାଛଡା ୮ ଜଣଙ୍କର ମୃତ୍ୟୁ ଘଟିଛି ।

Leave A Reply

Your email address will not be published.