Latest Odisha News

BREAKING NEWS

ଓଡିଶାର ୨୫ ଜିଲ୍ଲାରୁ ନୂଆ ୫୯୧ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର: କରୋନାଭାଇରସର କାୟା ଦିନକୁ ଦିନ ବଢୁଥିବା ବେଳେ ଓଡିଶାରେ ଗତ ୨୪ଘଣ୍ଟାରେ ନୂଆ ୫୯୧ କରୋନା ଆକ୍ରାନ୍ତ ବ୍ୟକ୍ତିଙ୍କୁ ଚିହ୍ନଟ କରାଯାଇଛି । ଯାହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୬ ହଜାର ୭୦୧ରେ ପହଞ୍ଚିଛି। ଏନେଇ ଟ୍ୱିଟ୍ କରିଛି ରାଜ୍ୟ ସୂଚନା ଓ ଲୋକସମ୍ପର୍କ ବିଭାଗ।

ମିଳିଥିବା ସୂଚନାନୁଯାୟୀ ସମସ୍ତ ପଜିଟିଭଙ୍କ ମଧ୍ୟରୁ ୩୯୪ ଜଣ କ୍ୱାରେଣ୍ଟାଇନ ସେଣ୍ଟରର ଏବଂ ୧୯୭ ଜଣ ସ୍ଥାନୀୟ ବାସିନ୍ଦା ବୋଲି ଜଣାପଡିଛି । ଏଥିମଧ୍ୟରେ ଗଞ୍ଜାମ ଜିଲ୍ଲାରୁ ସର୍ବାଧିକ ୧୮୨ଟି ପିଜିଟିଭ ମାମଲା ଚିହ୍ନଟ କରାଯାଇଛି ।

ଏହାଛଡା ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ପ୍ରାୟ ୨୫ ଜିଲ୍ଲାରୁ ଏହି ୫୯୧ ଜଣ ନୂଆ ଆକ୍ରାନ୍ତ ବାହାରିଛନ୍ତି । ଏହାବ୍ୟତିତ ପାଖାପାଖି ୪୫୩ ଜଣ କରୋନା ରୋଗୀ ସୁସ୍ଥ ହୋଇଛନ୍ତି ।

ଉଲ୍ଲେଖଯୋଗ୍ୟ, ଓଡିଶାରେ ବର୍ତ୍ତମାନ ସୁଦ୍ଧା ୫୨୫୯ଟି ସକ୍ରିୟ ମାମଲା ରହିଥିବା ବେଳେ ମୋଟ୍ ୧୧,୩୩୦ ଜଣ ଆରୋଗ୍ୟ ଲାଭ କରିଛନ୍ତି । ଏହାଛଡା ୮୩ ଜଣଙ୍କର ମୃତ୍ୟୁ ଘଟିଛି ।

Comments are closed.