Latest Odisha News

BREAKING NEWS

ଓଡିଶାରେ ଆଉ ୫୯୫ କରୋନା ଆକ୍ରାନ୍ତ ଚିହ୍ନଟ; ଜାଣନ୍ତୁ, କେଉଁ ଜିଲ୍ଲାରୁ କେତେ

ଭୁବନେଶ୍ୱର: କରୋନାଭାଇରସର କାୟା ଦିନକୁ ଦିନ ବଢୁଥିବା ବେଳେ ଓଡିଶାରେ ଗତ ୨୪ଘଣ୍ଟାରେ ନୂଆ ୫୯୫ କରୋନା ଆକ୍ରାନ୍ତ ବ୍ୟକ୍ତିଙ୍କୁ ଚିହ୍ନଟ କରାଯାଇଛି । ଯାହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୩ ହଜାର ୧୨୧ରେ ପହଞ୍ଚିଛି।

ଏନେଇ ଟ୍ୱିଟ୍ କରିଛି ରାଜ୍ୟ ସୂଚନା ଓ ଲୋକସମ୍ପର୍କ ବିଭାଗ।

ମିଳିଥିବା ସୂଚନାନୁଯାୟୀ ସମସ୍ତ ପଜିଟିଭଙ୍କ ମଧ୍ୟରୁ ୩୯୪ ଜଣ କ୍ୱାରେଣ୍ଟାଇନ ସେଣ୍ଟରର ଏବଂ ୨୦୧ ଜଣ ସ୍ଥାନୀୟ ବାସିନ୍ଦା ବୋଲି ଜଣାପଡିଛି।

ଏହାଛଡା ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ପ୍ରାୟ ୨୧ ଜିଲ୍ଲାରୁ ଏହି ୫୯୫ ଜଣ ନୂଆ ଆକ୍ରାନ୍ତ ବାହାରିଛନ୍ତି । ଏହାବ୍ୟତିତ ପାଖାପାଖି ୩୮୮ ଜଣ ସୁସ୍ଥ ହୋଇଛନ୍ତି।

ଉଲ୍ଲେଖଯୋଗ୍ୟ, ଓଡିଶାରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୩,୧୨୧ । ସେଥିମଧ୍ୟରେ ୪୬୭୭ଟି ସକ୍ରିୟ ମାମଲା ରହିଥିବା ବେଳେ ମୋଟ୍ ୮୩୬୦ ଜଣ ଆରୋଗ୍ୟ ଲାଭ କରିଛନ୍ତି । ଏହାଛଡା ୬୪ ଜଣଙ୍କର ମୃତ୍ୟୁ ଘଟିଛି।

Leave A Reply

Your email address will not be published.