Latest Odisha News

BREAKING NEWS

ଦଳୀୟ କର୍ମୀଙ୍କ ମନୋବଳ ବୃଦ୍ଧି ପାଇଁ ଅପପ୍ରଚାର କରୁଛନ୍ତି ବିରୋଧି: ପାଣ୍ଡିଆନ

ଭୁବନେଶ୍ଵର: ଏଭଳି ଜନସମାବେଶ ଦେଖି ବିରୋଧୀ ଦଳ ଆତ୍ମବିଶ୍ବାସ ହରାଉଛି । ବର୍ଷକ ତଳେ ପଞ୍ଚାୟତ ନିର୍ବାଚନରେ ସବୁ ଜିଲ୍ଲାରେ ହାରିଥିଲେ, ତେଣୁ ତାଙ୍କ ମନୋବଳ ପୁରା ଭାଙ୍ଗି ଯାଇଛି । ତାଙ୍କ ପାଖରେ କହିବାକୁ କିଛି ନାହିଁ, ତେଣୁ ମିଛ କହିବା ଆରମ୍ଭ କରିଛନ୍ତି, ଦଳୀୟ କର୍ମୀଙ୍କ ମନୋବଳ ବୃଦ୍ଧି ପାଇଁ ଅପପ୍ରଚାର କରୁଛନ୍ତି ବୋଲି କହିଛନ୍ତି ବିଜେଡି ବରିଷ୍ଠ ନେତା କାର୍ତ୍ତିକ ପାଣ୍ଡିଆନ । ବାଲିଗୁଡାରେ ନିର୍ବାଚନୀ ପ୍ରଚାର କରି ବିରୋଧିଙ୍କୁ ସିଧାସଖଳ ଟାର୍ଗେଟ କରିଛନ୍ତି କାର୍ତ୍ତିକ ପାଣ୍ଡିଆନ ।

ବାଲିଗୁଡାରେ ଆୟୋଜିତ ଏକ ଜନସଭାରେ ବିରୋଧିଙ୍କୁ ଟାର୍ଗେଟ କରି କହିଛନ୍ତି ଯେ, ବିଧାନସଭାରେ ୧୨୦ ଓ ଲୋକସଭାରେ ୧୬ ଆସନରେ ଜିତିବେ ବୋଲି କହିଛନ୍ତି ବିରୋଧି । କିନ୍ତୁ ଦେଖିଲା ବେଳକୁ ପ୍ରାର୍ଥୀ ଦେବାପାଇଁ ବି ବିଜେପି ପାଖରେ ଲୋକ ନାହାନ୍ତି । ବିଜେଡି ଲିଷ୍ଟକୁ ଚାହିଁ ବସିଛନ୍ତି । ବିଜେଡି ତାଲିକା ପ୍ରକାଶ ପରେ ନିଜର ତାଲିକା ବାହାର କରୁଛନ୍ତି ବିରୋଧି । ଓଡିଶାରେ ଡବଲ ଇଞ୍ଜିନ, ସିଙ୍ଗଲ ଇଞ୍ଜିନର କିଛି ମୂଲ୍ୟ ନାହିଁ । ଓଡିଶାରେ ଗୋଟିଏ ଇଞ୍ଜିନ ସେ ହେଉଛି ନବୀନ ଇଞ୍ଜିନ ବୋଲି କହିଛନ୍ତି ପାଣ୍ଡିଆନ ।

ପାଣ୍ଡିଆନ ଆହୁରି ମଧ୍ୟ କହିଛନ୍ତି ଯେ, ସେମାନେ ବର୍ଷକୁ ୨ କୋଟି ଚାକିରୀ ଦେବେ ବୋଲି କହିଥିଲେ, କୁଆଡେ ଗଲା ଚାକିରି ପ୍ରତିଶ୍ରୁତି ବୋଲି ପ୍ରସ୍ନ କରିଛନ୍ତି ପାଣ୍ଡିଆନ । ପେଟ୍ରୋଲ, ଡିଜେଲ, ଗ୍ୟାସ ଦର କମେଇବେ ବୋଲି କହିଥିଲେ । ହିସାବ ଦେବାକୁ ସେମାନଙ୍କ ଦମ୍‌ ନାହିଁ । ହିସାବ ମାଗିଲେ ଲୁଚିକି ପଳାଉଛନ୍ତି । ଛତିଶଗଡ, ଝାଡଖଣ୍ଡରେ ଡବଲ ଇଞ୍ଜିନ ଚାଲିଥିଲା, କିନ୍ତୁ ସେମାନେ ଆଦିବାସୀଙ୍କ ପାଇଁ କଣ କରିଛନ୍ତି ବୋଲି ପ୍ରଶ୍ନ କରିଛନ୍ତି ପାଣ୍ଡିଆନ ।

Leave A Reply

Your email address will not be published.