Latest Odisha News

BREAKING NEWS

5T ସ୍କୁଲ ରୂପାନ୍ତରଣ: ୨୮୬ଟି ରୂପାନ୍ତରିତ ହାଇସ୍କୁଲ ଲୋକାର୍ପିତ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: 5T ସ୍କୁଲ ରୂପାନ୍ତରଣ ଅଭିଯାନର ଚତୁର୍ଥ ପର୍ଯ୍ୟାୟର ଚତୁର୍ଥ ଦିନରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୨୮୬ଟି ରୂପାନ୍ତରିତ ସ୍କୁଲ ଲୋକାର୍ପିତ କରିଛନ୍ତି । ଖୋର୍ଦ୍ଧା, ସୁବର୍ଣ୍ଣପୁର, ପୁରୀ, ନୟାଗଡ଼, ବୌଦ୍ଧ ଓ ନବରଙ୍ଗପୁରରରୂପାନ୍ତରିତ ସ୍କୁଲ ଲୋକାର୍ପିତ ହୋଇଛି ।

ଖୋର୍ଦ୍ଧା ଜିଲ୍ଲାର ୮୦ଟି ହାଇସ୍କୁଲ, ସୁବର୍ଣ୍ଣପୁରର ୧୪ଟି, ପୁରୀର ୫୩ଟି, ନୟାଗଡ଼ର ୭୫ଟି, ବୌଦ୍ଧର ୧୦ଟି ଓ ନବରଙ୍ଗପୁରର ୫୪ଟି ହାଇସ୍କୁଲ ଅନ୍ତର୍ଭୁକ୍ତ। ପୂର୍ବରୁ ତିନୋଟି ପର୍ଯ୍ୟାୟରେ ରାଜ୍ୟରେ ୬୮୮୩ଟି ସ୍କୁଲ ରୂପାନ୍ତରିତ ହୋଇଛି । ଚତୁର୍ଥ ପର୍ଯ୍ୟାୟରେ ସମୁଦାୟ ୧୭୯୪ଟି ରୂପାନ୍ତରିତ ହାଇସ୍କୁଲ ଲୋକାର୍ପିତ ହେବ। ଏହି ପର୍ଯ୍ୟାୟ ସଂପୂର୍ଣ୍ଣ ହେବା ପରେ ରାଜ୍ୟରେ ସମୁଦାୟ ୮୬୭୭ଟି ସ୍କୁଲ ରୂପାନ୍ତରିତ ହେବ ।

ଏହି ଅବସରରେ ଛାତ୍ରଛାତ୍ରୀ ମାନଙ୍କୁ ଉଦ୍‌ବୋଧନ ଦେଇ ମୁଖ୍ୟମନ୍ତ୍ରୀ କହିଲେ ଯେ ରୂପାନ୍ତରିତ ସ୍କୁଲରେ ପିଲାଙ୍କ ସଫଳ ଭବିଷ୍ୟତ ପାଇଁ ସବୁ ସୁଯୋଗ ରହିଛି। ଆଜିର ପିଲାମାନେ ଆଗାମୀ ଦିନରେ ନୂଆ ଓଡ଼ିଶା, ସଶକ୍ତ ଓଡ଼ିଶାର ସାରଥୀ ହେବେ ବୋଲି ମୁଖ୍ୟମନ୍ତ୍ରୀ ଦୃଢ଼ ଆଶା ଓ ବିଶ୍ବାସ ପ୍ରକଟ କରିଥିଲେ।5Tର ମହତ୍ତ୍ଵ ପିଲାଙ୍କୁ ବୁଝାଇଲେ ମୁଖ୍ୟମନ୍ତ୍ରୀ, ନିଜ ଜୀବନରେ ପ୍ରୟୋଗ କରି ସଫଳ ହେବାକୁ ପ୍ରେରଣା ମଧ୍ୟ ଦେଲେ। ଆଜିର ପିଲାମାନେ ହେବେ ନୂଆ ଓଡିଶା, ସଶକ୍ତ ଓଡ଼ିଶାର ସୂତ୍ରଧର ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

 

 

Leave A Reply

Your email address will not be published.