Latest Odisha News

ଶ୍ରୀ ସେତୁ, ବାଶେଳୀ ସାହି ଧର୍ମଶାଳା ଓ ସମଙ୍ଗ ପାର୍କିଂ କାମର ସମୀକ୍ଷା କଲେ 5T ସଚିବ

ପୁରୀ: ମୁଖ୍ୟମନ୍ତ୍ରୀ ନବୀନ ପଟନାୟକଙ୍କ ବ୍ୟକ୍ତିଗତ ସଚିବ (5T) ଭି.କେ. ପାଣ୍ଡିଆନ ଆଜି ପୁରୀ ଯାଇ ଶ୍ରୀ ମନ୍ଦିର ପରିକ୍ରମା ପ୍ରକଳ୍ପ କାର୍ଯ୍ୟ ର ଅଗ୍ରଗତି ସମୀକ୍ଷା କରିଛନ୍ତି । ପ୍ରଥମେ ପାଣ୍ଡିଆନ ଶ୍ରୀ ସେତୁ ପ୍ରକଳ୍ପ ଅଗ୍ରଗତି ବୁଲି ଦେଖିଥିଲେ । କାର୍ଯ୍ୟର ଅଗ୍ରଗତିରେ ସେ ସନ୍ତୋଷ ପ୍ରକାଶ କରିବା ସହିତ ନିର୍ଦ୍ଧାରିତ ସମୟରେ ଶେଷ କରିବା ପାଇଁ ପରାମର୍ଶ ଦେଇଥିଲେ ।

ପରେ ସେ ବାଶେଳୀ ସାହିକୁ ଯାଇ ୧୦ ଏକର ଜମିରେ ନିର୍ମିତ ହେଉଥିବା ଧର୍ମଶାଳା କାମ ବୁଲି ଦେଖିଥିଲେ । ଏହି ଧର୍ମଶାଳାରେ ୪ ହଜାର ଲୋକ ରହିବାର ବ୍ୟବସ୍ଥା କରାଯାଉଛି । ଏହାସହ ସମଙ୍ଗ ଠାରେ ୪୩ ଏକର ଜମିରେ ନିର୍ମିତ ହେଉଥିବା କାର ଓ ବସ ପାର୍କିଂ କାର୍ଯ୍ୟ ମଧ୍ୟ ବୁଲି ଦେଖିଥିଲେ ପାଣ୍ଡିଆନ । ଏ ସମସ୍ତ କାର୍ଯ୍ୟ ନିର୍ଦ୍ଧାରିତ ସମୟରେ ରଥୟାତ୍ରା ପୂର୍ବରୁ ଶେଷ କରିବା ପାଇଁ ପାଣ୍ଡିଆନ ପ୍ରଶାସନକୁ ପରାମର୍ଶ ଦେଇଛନ୍ତି ।

ସୂଚନାଯୋଗ୍ୟ ଯେ ପ୍ରକଳ୍ପ କାର୍ଯ୍ୟ ଅଗ୍ରଗତି ତ୍ୱରାନ୍ୱିତ କରିବା ପାଇଁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶରେ ପାଣ୍ଡିଆନ ଗତ ଶନିବାର କାର୍ଯ୍ୟର ଅଗ୍ରଗତି ସମୀକ୍ଷା କରିଥିଲେ।

Leave A Reply

Your email address will not be published.