Latest Odisha News

ନବରାତ୍ରର ପଞ୍ଚମ ଦିନ; ସ୍କନ୍ଦମାତା ଭାବେ ପୂଜା ପାଉଛନ୍ତି ଶକ୍ତି ସ୍ବରୂପିଣୀ ମା’

ଭୁବନେଶ୍ୱର: ପୁରାଣ ମତେ ଦୁର୍ଗ ରାକ୍ଷସ ବ୍ରହ୍ମାଙ୍କଠାରୁ ବରପ୍ରାପ୍ତ ହୋଇ ଭୀଷଣ ଶକ୍ତିଶାଳୀ ଓ ଅତ୍ୟାଚାରୀ ହୋଇ ଉଠିଲା । ସେ ତ୍ରିଲୋକ ଜିଣିବା ପରେ ଦେବଲୋକ ଯାଇ ଦେବରାଜ ଇନ୍ଦ୍ରଙ୍କୁ ଭୟ ଦେଖାଇଲା। ଦେବଗଣ ସମ୍ମିଳିତ ହୋଇ ଲଢ଼ିଲେ, କିନ୍ତୁ ସମସ୍ତ ଦେବ ଆୟୁଧକୁ ବ୍ୟର୍ଥ କରି ଦୁର୍ଗ ଦୈତ୍ୟ ଦେବଗଣଙ୍କୁ ବନ୍ଦୀକରି ନିଜ ଦୁର୍ଗର କାଳକୋଠରୀରେ ବନ୍ଦକରି ନିତ୍ୟ ନିର୍ଯ୍ୟାତନା ଦେବାରେ ଲାଗିଲା ।

ସବୁ ଦେବତା ଭୀତତ୍ରସ୍ତ ହୋଇ ମହାଶକ୍ତିଙ୍କୁ ପ୍ରାର୍ଥନା କଲେ । ଦୟାରେ ବିଗଳିତ ମା’ ଆବିର୍ଭୂତ ହୋଇ ନିଜ ଅଗ୍ନିଗର୍ଭା ନେତ୍ରରେ ଦୁର୍ଗମର ଦୁର୍ଗ ଧ୍ୱଂସ କରି ଦେବଗଣକୁ ଉଦ୍ଧାର କଲେ । ଯେତେବେଳେ ଦୁର୍ଗ ମା’ଙ୍କୁ ଆକ୍ରମଣ କରିବାକୁ ଆସିଲା ମା’ ସହସ୍ରଭୂଜା ହୋଇ ଅସୁମାରି ଶସ୍ତ୍ର ଧାରଣ କରି ରାକ୍ଷସକୁ ବଧ କଲେ । ସେହିଦିନଠାରୁ ସେ ଦୁର୍ଗ ନାଶକାରି ଦୁର୍ଗା ଭାବେ ପୂଜିତ ହେଲେ ।

ବସନ୍ତ ଓ ଶରତ ଋତୁରେ ଦେବୀ ଆରାଧନା କରାଯାଏ । ଚୈତ୍ର ଶୁକ୍ଳ ଏବଂ ଆଶ୍ୱିନ ଶୁକ୍ଳ ପ୍ରତିପଦଠାରୁ ନବମୀ ପର୍ଯ୍ୟନ୍ତ ନଗଗୌରୀ ବା ନବଦୁର୍ଗା (ଶୈଳପୁତ୍ରୀ, ବ୍ରହ୍ମଚାରିଣୀ, ଚନ୍ଦ୍ରଘଣ୍ଟା, କୁଷ୍ମାଣ୍ଡା, ସ୍କନ୍ଦମାତା, କାତ୍ୟୟନୀ, କାଳରାତ୍ରୀ, ମହାଗୌରୀ)ଙ୍କ ପୂଜା ଅନୁଷ୍ଠିତ ହୁଏ ।

durga ouja navaratra

ଆଜି ହେଉଛି ପବିତ୍ର ନାବରାତ୍ର ପୂଜାର ପଞ୍ଚମ ଦିନ। ଏହି ଦିନ ଜଗତଜନିନୀ ମା ଦୁର୍ଗା ସ୍କନ୍ଦମାତା ଭାବେ ପୂଜା ପାଆନ୍ତି । ନବରାତ୍ର ପଞ୍ଚମ ଦିବସରେ ଦେବୀଙ୍କୁ ଏହି ସ୍ୱରୂପରେ ଉପାସନା କରାଯାଏ। କୁମାର କାର୍ତ୍ତିକେୟଙ୍କ ମାତା ହୋଇଥିବାରୁ ତାଙ୍କୁ ସ୍କନ୍ଦମାତା କୁହାଯାଏ। ଦେବୀ ଚତୁର୍ଭୂଜା ଓ ସିଂହ ଉପରେ ବିରାଜମାନ। ଏହି ରୂପରେ ମାତା ପୁତ୍ର ସ୍କନ୍ଦକୁ କୋଳରେ ବସାଇଥାନ୍ତି ।

Comments are closed.