Latest Odisha News

BREAKING NEWS

ପୁଣି ଥରିଲା ଜାପାନ: ୬.୩ ତୀବ୍ରତାର ଶକ୍ତିଶାଳୀ ଭୂକମ୍ପ ଝଟକା

ନୂଆଦିଲ୍ଲୀ: ଶକ୍ତିଶାଳୀ ଭୂକମ୍ପ ଝଟକାରେ ଥରିଲା ଜାପାନ । ପୂର୍ବ ଉପକୂଳ ହନସୁ ଅଞ୍ଚଳରେ ବଡ ଧରଣର ଭୂମିକମ୍ପ ଅନୁଭୂତ ହୋଇଛି । ରିକ୍ଟର ସ୍କେଲରେ ଏହାର ତୀବ୍ରତା ୬.୩ ରେକର୍ଡ କରାଯାଇଥିବା ନେଇ ଜାପାନ ପାଣିପାଗ ଏଜେନ୍ସି ପକ୍ଷରୁ ସୂଚନା ଜାରି କରାଯାଇଛି । ଭୂକମ୍ପର କେନ୍ଦ୍ରସ୍ଥଳର ଗଭୀରତା ୩୨ କିଲୋମିଟର ଥିଲା। ଜାପାନର ଉପକୂଳବର୍ତ୍ତୀ ଅଞ୍ଚଳରେ ଏହି ଭୂକମ୍ପ ହୋଇଥିବା ବେଳେ ଏବେସୁଦ୍ଧା ସୁନାମି ନେଇ କୌଣସି ଆଲର୍ଟ ଜାରି କରାଯାଇ ନାହିଁ । ଅନ୍ୟପଟେ ଭୂକମ୍ପ ଜନିତ କ୍ଷୟକ୍ଷତି ନେଇ ମଧ୍ୟ କୌଣସି ସୂଚନା ହସ୍ତଗତ ହୋଇନାହିଁ । ଭୂକମ୍ପ ପରେ ସ୍ଥାନୀୟ ଲୋକଙ୍କ ମଧ୍ୟରେ ଭୟର ବାତାବରଣ ସୃଷ୍ଟି ହୋଇଥିବା ବେଳେ ଏନେଇ ଅଧିକ ସୂଚନାକୁ ଅପେକ୍ଷା କରାଯାଇଛି ।

ସୂଚନାଯୋଗ୍ୟ ଯେ, ଜାନୁଆରୀ ୧ରେ ଜାପାନର ଇଶିକାୱା ଅଞ୍ଚଳର ନୋଟୋ ଦ୍ୱୀପରେ ଶକ୍ତିଶାଳୀ ଭୂକମ୍ପ ଅନୁଭୂତ ହୋଇଥିଲା । ଏଥିରେ ୭୮ ଜଣଙ୍କର ମୃତ୍ୟୁ ଘଟିଥିବାବେଳେ ୩୩୦ରୁ ଅଧିକ ଲୋକ ଆହତ ହୋଇଥିଲେ। ୫୦ରୁ ଅଧିକ ଲୋକ ନିଖୋଜ ଥିଲେ। ଏହାର ଗୋଟିଏ ଦିନ ପୂର୍ବରୁ ଜାପାନର ପଡୋଶୀ ଦେଶ ତାଇୱାନରେ ୭.୫ ତୀବ୍ରତାର ଭୂକମ୍ପ ହୋଇଥିଲା। ଏଥିରେ ୯ ଜଣଙ୍କର ମୃତ୍ୟୁ ହୋଇଛି।

Leave A Reply

Your email address will not be published.