Latest Odisha News

BREAKING NEWS

ଗତ ୨୪ ଘଣ୍ଟାରେ ରାଜ୍ୟରେ ୬ କୋରାନା ଆକ୍ରାନ୍ତ ମୃତ

ଭୁବନେଶ୍ୱର: ରାଜ୍ୟରେ ଏବେ କରୋନା ସଂକ୍ରମଣ ବୃଦ୍ଧି ସହ ସଂକ୍ରମିତଙ୍କ ମୃତ୍ୟୁ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୬ ଜଣ କରୋନା ସଂକ୍ରମିତଙ୍କ ମୃତ୍ୟୁ ହୋଇଥିବା ଜଣାପଡ଼ିଛି । ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୮୨୭୪ କୁ ବୃଦ୍ଧି ପାଇଛି। ରାଜ୍ୟ ସ୍ୱାସ୍ଥ୍ୟ ବିଭାଗ ରିପୋର୍ଟରୁ ଏହା ଜଣାପଡ଼ିଛି । ସୂଚନା ଅନୁସାରେ ଖୋର୍ଦ୍ଧା ଜିଲ୍ଲାକୁ ଜିଲ୍ଲାରୁ ୩ ଜଣ, ଯାଜପୁର, କଟକ ଓ ଭଦ୍ରକ ଜିଲ୍ଲାରୁ ଜଣେ ଲେଖାଏଁ କରୋନା ସଂକ୍ରମିତ ପ୍ରାଣ ହରାଇଛନ୍ତି।

କଟକ ଜିଲ୍ଲାରୁ ଜଣେ ୫୮ ବର୍ଷିୟ ପୁରୁଷଙ୍କର ମୃତ୍ୟୁ । ଭୁବନେଶ୍ୱରର ମୃତକଙ୍କ ଭିତରେ ଅଛନ୍ତି ୪୯ ବର୍ଷିୟ ପୁରୁଷ ଓ ଜଣେ ୮୦ ବର୍ଷର ମହିଳା। ଯାଜପୁର ଜିଲ୍ଲାର ଜଣେ ୬୧ ବର୍ଷୀୟା ମହିଳା କରୋନା ସଂକ୍ରମିତଙ୍କ ମୃତ୍ୟୁ ଘଟିଥିବା ଜଣାଯାଇଛି। ଭଦ୍ରକ ଜିଲ୍ଲାର ଜଣେ ବର୍ଷୀୟା ମହିଳା କରୋନା ସଂକ୍ରମିତ ପ୍ରାଣ ହରାଇଛନ୍ତି। ସେପଟେ ସଂକ୍ରମଣ ହୁ ହୁ ହୋଇ ବଢ଼ୁଥିବାରୁ ଖୋର୍ଦ୍ଧା ଜିଲ୍ଲାକୁ ରେଡ ଜୋନ ଘୋଷଣା କରାଯାଇଛି।

ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୫୨୧ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୩୦୪ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବାବେଳେ ସ୍ଥାନୀୟ ସଂକ୍ରମଣରୁ ୨୧୭ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏଥିଭିତରେ ୧୮ ବର୍ଷରୁ କମ୍ ବୟସ୍କ ୬୫ ଜଣ ଶିଶୁ ଓ କିଶୋର କରୋନା ପଜିଟିଭ ଅଛନ୍ତି।  ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି।

Leave A Reply

Your email address will not be published.