Latest Odisha News

BREAKING NEWS

ଗ୍ୟାସ୍‌ ସିଲିଣ୍ଡର ବିସ୍ଫୋରଣ, ୬ ଗୁରୁତର

ଖୋର୍ଦ୍ଧା: ଗ୍ୟାସ୍‌ ଲିକ୍‌ରୁ ଅଗ୍ନିକାଣ୍ଡ । ଅଗ୍ନିକାଣ୍ଡ ଯୋଗୁଁ ଦୁଇଟି ପରିବାରର ୬ ଜଣ ଗୁରୁତର ହୋଇଛନ୍ତି। ଖୋର୍ଦ୍ଧା ଜିଲ୍ଲା ବେଗୁନିଆ ଥାନା ଗଡମାଣିତ୍ରୀ ଗାଁରେ ଘଟିଛି ଏଭଳି ଅଭାବନୀୟ ଘଟଣା ।

ସୂଚନାଯୋଗ୍ୟ ଯେ, ଖୋର୍ଦ୍ଧା ଜିଲ୍ଲା ବେଗୁନିଆ ଥାନା ଗଡମାଣିତ୍ରୀ ଗାଁରେ ହଠାତ୍ ଗ୍ୟାସ୍‌ ଲିକ୍‌ ହେବାରୁ ନିଆଁ ଲାଗିଯାଇଥିଲା। ଅଗ୍ନିକାଣ୍ଡ ଯୋଗୁଁ ଦୁଇଟି ପରିବାରର ୬ ଜଣ ଗୁରୁତର ହୋଇଛନ୍ତି। ଗୁରୁତରମାନଙ୍କୁ ଉଦ୍ଧାର କରି ପ୍ରଥମେ ଖୋର୍ଦ୍ଧା ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା। ପରେ ଭୁବନେଶ୍ବର କ୍ୟାପିଟାଲ ହସ୍ପିଟାଲକୁ ସ୍ଥାନାନ୍ତର କରାଯାଇଛି। ସେମାନଙ୍କ ସ୍ବାସ୍ଥ୍ୟ ଅବସ୍ଥା ଗୁରୁତର ରହିଛି । ଅନ୍ୟପଟେ ବେଗୁନିଆଁ ଅଗ୍ନିଶମ ବାହିନୀ ଗାଁରେ ପହଞ୍ଚି ନିଆଁକୁ ଆୟତ୍ତ କରିଛନ୍ତି।

Leave A Reply

Your email address will not be published.