Latest Odisha News

BREAKING NEWS

ମଦ ବିକ୍ରିକୁ ନେଇ ସଂଘର୍ଷ; ଜଣେ ମୃତ ଓ ୬ ଆହତ

ଭୁବନେଶ୍ୱର: ଗଞ୍ଜାମ ଜିଲ୍ଲା ଖଲ୍ଲିକୋଟ ଥାନା ଅନ୍ତର୍ଗତ ପଥରା ଗ୍ରାମରେ ଦେଶୀ ମଦ ବିକ୍ରିକୁ ନେଇ ଗୋଷ୍ଠୀ ସଂଘର୍ଷ ହୋଇଥିବା ସୂଚନା ମିଳିଛି।ସୁ

ପ୍ରକାଶ ଯେ, ଉକ୍ତ ସଂଘର୍ଷରେ ଦୁଇ ଗୋଷ୍ଠୀର ଛଅ ଜଣ ଆହତ ହୋଇଥିବା ବେଳେ ଜଣଙ୍କର ମୃତ୍ୟୁ ଘଟିଛି। ମୃତକ ଜଣକ ପିଙ୍କୁ ଦାସ।

ଆହତ ମାନଙ୍କୁ ପ୍ରଥମେ ଖଲ୍ଲିକୋଟ ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନିଆଯାଇଥିଲା। ପରେ ଅବସ୍ଥା ଗୁରୁତର ହେବାରୁ ସେମାନଙ୍କୁ ବ୍ରହ୍ମପୁର ବଡ଼ମେଡିକାଲକୁ ପଠାଇ ଯାଇଥିବା ସୂଚନା ମିଳିଛି।

ଖବର ପାଇ ଛତ୍ରପୁର ଏସଡିପିଓ ଗୌତମ କିଷାନ, ଖଲ୍ଲିକୋଟ ଥାନା ଅଧିକାରୀ ସତ୍ୟରଞ୍ଜନ ପ୍ରଧାନ ଓ ରମ୍ଭା ଥାନା ଅଧିକାରୀ ଘଟଣା ସ୍ଥଳରେ ପହଞ୍ଚି ଅଧିକ ତଦନ୍ତ ଚଳାଇଛନ୍ତି। ପରିସ୍ଥିତିକୁ ଆଖି ଆଗରେ ରଖି ଘଟଣା ସ୍ଥଳରେ ପୋଲିସ ଫୋର୍ସ ମଧ୍ୟ ମୁତୟନ କରାଯାଇଛି।

Leave A Reply

Your email address will not be published.