Latest Odisha News

ମର୍ମନ୍ତୁଦ ସଡକ ଦୁର୍ଘଟଣା: ଚାଲିଗଲା ୬ ଜୀବନ

କୋଲକାତା: ପଶ୍ଚିମବଙ୍ଗର ପଶ୍ଚିମ ମେଦିନୀପୁରରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ମେଦିନୀପୁର ମେଡିକାଲ କଲେଜକୁ ରୋଗୀ ନେଇ ଯାଉଥିବା ଏକ ଆମ୍ବୁଲାନ୍ସ ଏକ ଲରି ସହିତ ମୁହାଁମୁହିଁ ଧକ୍କା ହୋଇଥିଲା । ଘଟଣାସ୍ଥଳରେ ୬ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୨ ଜଣ ଗୁରୁତର ଆହତ ହୋଇଛନ୍ତି । ଆହତମାନଙ୍କୁ ନିକଟସ୍ଥ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି । ଘଟଣାସ୍ଥଳରେ ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।

ସୂଚନା ଅନୁସାରେ, ଘାଟାଲରୁ ଏକ ଆମ୍ବୁଲାନ୍ସ ରୋଗୀଙ୍କୁ ଧରି ମେଦିନୀପୁର ମେଡିକାଲ କଲେଜକୁ ଆସୁଥିବା ବେଳେ ମେଦିନୀପୁର ଦିଗରୁ କେଶପୁର ଆଡକୁ ଯାଉଥିବା ଏକ ଲରି ସହ ମୁହାଁମୁହିଁ ଧକ୍କା ହୋଇଥିଲା । ଫଳରେ ଆମ୍ବୁଲାନ୍ସରେ ଥିବା ୬ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୨ଜଣ ଆହତ ହୋଇଥିଲେ । ଖବରପାଇ ଘଟଣାସ୍ଥଳରେ ପୋଲିସ ପହଞ୍ଚି ଆହତ ମାନଙ୍କୁ ନିକଟସ୍ଥ ଡାକ୍ତରଖାନାରେ ଭର୍ତ୍ତି କରିଥିବା ବେଳେ ମୃତକ ମାନଙ୍କୁ ବ୍ୟବଚ୍ଛେଦ ନିମନ୍ତେ ପଠାଇଛି । ସେପଟେ ଘଟଣାର ତଦନ୍ତ ଆରମ୍ଭ କରିଛି ପୋଲିସ ।

Comments are closed.