Latest Odisha News

BREAKING NEWS

ଦିନ ସାଢ଼େ ୨ଟା ସୁଦ୍ଧା ଝାରସୁଗୁଡ଼ାରେ ୪୩ ଡିଗ୍ରୀ ଟପିଲା ପାରଦ

ଭୁବନେଶ୍ୱର: ତାତିରୁ ତ୍ରାହି ନାହିଁ । ଆଜି ବି ରାଜ୍ୟରେ ଅସହ୍ୟ ଗ୍ରୀଷ୍ମ ପ୍ରବାହ ଅନୁଭୂତ ହେଉଛି । ଦିନ ୨ଟା ୩୦ ସୁଦ୍ଧା ଝାରସୁଗୁଡାରେ ସର୍ବୋଚ୍ଚ ତାପମାତ୍ରା ୪୩.୨ ଡିଗ୍ରୀ ରେକର୍ଡ କରାଯାଇଥିବା ବେଳେ ସମ୍ବଲପୁରରେ ୪୨.୮ ଡିଗ୍ରୀ, ଭୁବନେଶ୍ୱରରେ ୪୧.୮ ଡିଗ୍ରୀ, ହୀରାକୁଦରେ ୪୧.୬ ଡିଗ୍ରୀ, ଚାନ୍ଦବାଲିରେ ୪୦.୬ ଡିଗ୍ରୀ, କେନ୍ଦୁଝରରେ ୪୦.୦ ଡିଗ୍ରୀ ତାପମାତ୍ରା ରେକର୍ଡ ହୋଇଛି ।

ପାଣିପାଗ ବିଭାଗର ଆକଳନ ଅନୁସାରେ, ୨୧ ତାରିଖରୁ ରାଜ୍ୟର କିଛି ଜିଲ୍ଲାରେ ଘଡ଼ଘଡ଼ି ବର୍ଷା ହେବ । ଆଗାମୀ ୨ ଦିନ ମଧ୍ୟରେ ତାପମାତ୍ରାରେ ବିଶେଷ ପରିବର୍ତ୍ତନ ହେବ ନାହିଁ । ପରବର୍ତ୍ତୀ ୩ ଦିନରେ ପାରଦ ୨ରୁ ୪ ଡିଗ୍ରୀ ଯାଏ ଖସିବ । ରାଜ୍ୟରେ ଆଉ ୨ ଦିନ ଗ୍ରୀଷ୍ମ ପ୍ରବାହ ସହ ଗୁଳୁଗୁଳି ଲାଗି ରହିବ ।

ଗ୍ରୀଷ୍ମ ପ୍ରବାହ ନେଇ ଆଗାମୀ ୨୪ ଘଣ୍ଟା ପାଇଁ ଖୋର୍ଦ୍ଧା, କଟକ, ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ସମ୍ବଲପୁର, ସୋନପୁର, ବୌଦ୍ଧ, ବଲାଙ୍ଗିର, ଦେବଗଡ଼ ଓ ଅନୁଗୁଳ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଦେଇଛି ପାଣିପାଗ ବିଭାଗ । ସେହିଭଳି ୨୦ ତାରିଖରେ ହିଟ୍ ୱେଭ ନେଇ ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ସମ୍ବଲପୁର, ସୋନପୁର ଓ ବୌଦ୍ଧ ଜିଲ୍ଲାକୁ ୟେଲୋ ଆଲର୍ଟ ଦିଆଯାଇଛି ।

୨୧ ତାରିଖରେ ଘଡ଼ଘଡ଼ି ବର୍ଷା ନେଇ କୋରାପୁଟ, ମାଲକାନଗିରି, ଗଜପତି, ଗଞ୍ଜାମ, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ ଓ ରାୟଗଡ଼ା ଜିଲ୍ଲାକୁ ୟେଲୋ ଆଲର୍ଟ ଦିଆଯାଇଛି । ୨୨ ଓ ୨୩ ତାରିଖରେ କାଳବୈଶାଖୀ ସହ ଘଣ୍ଟାପ୍ରତି ୩୦ରୁ ୪୦ କିଲୋମିଟର ବେଗରେ ଝଡ଼ ପବନ ହୋଇପାରେ । ଏନେଇ ବିଭିନ୍ନ ଜିଲ୍ଲାକୁ ପାଣିପାଗ ବିଭାଗ ୟେଲୋ ୱାର୍ଣ୍ଣିଂ ଜାରି କରିଛି ।

Comments are closed.