Latest Odisha News

BREAKING NEWS

ଜାମ୍ମୁ-କାଶ୍ମୀର: ସେନା ଏନକାଉଣ୍ଟରରେ ୬ ଆତଙ୍କବାଦୀ ନିହତ

ଶ୍ରୀନଗର : ଜାମ୍ମୁ-କାଶ୍ମୀରର ପୁଲୱାମା ଜିଲ୍ଲାର ଟ୍ରାଲ୍ ସେକ୍ଟରରେ ଶନିବାର ଦିନ ସୁରକ୍ଷାକର୍ମୀ ଓ ଆତଙ୍କବାଦୀଙ୍କ ଗୁଳି ବିନିମୟରେ ୬ ଜଣ ଆତଙ୍କବାଦୀଙ୍କ ମୃତ୍ୟୁ ଘଟିଥିବା ନେଇ ସେନା ପକ୍ଷରୁ ସ୍ପଷ୍ଟ କରାଯାଇଛି ।

ମିଳିଥିବା ସୂଚନା ଅନୁଯାୟୀ କିଛି ଆତଙ୍କବାଦୀ ପୁଲୱାମା ଜିଲ୍ଲାର ଟ୍ରାଲ୍ ସେକ୍ଟରରେ ଲୁଚି ରହିଥିବା ନେଇ ସୁରକ୍ଷାକର୍ମୀଙ୍କୁ ବିଶ୍ୱସ୍ତ ସୁତ୍ରରୁ ଖବର ମିଳିଥିଲା । ଆତଙ୍କବାଦୀ ମାନଙ୍କୁ ଧରିବା ପାଇଁ ସୁରକ୍ଷାକର୍ମୀଙ୍କ ପକ୍ଷରୁ ଏକ ସର୍ଚ୍ଚ ଅପରେସନ ଜାରି କରା ଯାଇଥିଲା ।

ଏହି ସର୍ଚ୍ଚ ଅପରେସନ ସେନା, ଜମ୍ମୁ କାଶ୍ମୀର ପୋଲିସ ଏବଂ ସିଆରପିଏଫ୍ ଯବାନଙ୍କ ମିଳିତ ଉଦ୍ୟମରେ ଜାରି ହୋଇଥିଲା । ସର୍ଚ୍ଚ ଅପରେସନ ସମୟରେ ଛପି ରହିଥିବା ଆତଙ୍କବାଦୀ ପକ୍ଷରୁ ଅତର୍କିତ ଗୁଳି ଚାଳନା କରାଯାଇଥିଲା ବେଳେ ସୁରକ୍ଷାକର୍ମୀଙ୍କ ପାଲଟା ଗୁଳି ଚାଳନାରେ ୬ ଜଣ ଆତଙ୍କବାଦୀ ନିହତ ହୋଇଥିବା ନେଇ ସୂଚନା ମିଳିଛି ।

ଅପରପକ୍ଷେ ଘଟଣାସ୍ଥଳରୁ ଯବାନ ମାନେ ବିପୁଳ ପରିମାଣର ଅସ୍ତ୍ରଶସ୍ତ୍ର ଜବତ କରିବା ସହ ସମ୍ପୃକ୍ତ ଅଞ୍ଚଳକୁ ଘେରାଉ କରି ସେନା ପକ୍ଷରୁ ତଲାସି ଅଭିଯାନକୁ ଜୋରଦାର କରାଯାଇଥିବା ନେଇ ଜଣାପଡିଛି ।

ଏହି ଏନକାଉଣ୍ଟରରେ କୁଖ୍ୟାତ ଆତଙ୍କବାଦୀ ଜାକିର ମୂଷାର ସଙ୍ଗଠନର ଡେପୁଟି ଚିଫ୍ ସୋଲିହାକୁ ମୃତ୍ୟୁବରଣ କରିଥିବା ନେଇ ସୂଚନା ମିଳିଛି ।

Leave A Reply

Your email address will not be published.