Latest Odisha News

BREAKING NEWS

ଆଉ ୬୦ ହଜାର ନୂଆ ସଂକ୍ରମିତଙ୍କ ସହ ଦେଶରେ ୨୩ ଲକ୍ଷ ଟପିଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା

ନୂଆଦିଲ୍ଲୀ: ଦେଶରେ ଅସମ୍ଭାଳ କରୋନା ସ୍ଥିତି । ଦିନକୁ ଦିନ ଏହା ଅଣାୟତ୍ତ ହୋଇ ଚାଲିଛି । ଆଖି ପିଛୁଳାକେ ବଢ଼ି ଚାଲିଛି ସଂକ୍ରମିତଙ୍କ ସଂଖ୍ୟା । ସ୍ୱାସ୍ଥ୍ୟ ବିଭାଗର ସଦ୍ୟତମ ରିପୋର୍ଟ ଅନୁଯାୟୀ, ଭାରତରେ ୨୪ ଘଣ୍ଟାରେ ୬୦,୯୬୩ ଜଣ ସଂକ୍ରମିତ ହୋଇଥିବା ବେଳେ ୮୩୪ ଜଣଙ୍କର ଜୀବନ ଯାଇଛି ।

ହୁ ହୁ ହୋଇ ବଢି ଚଳିଛି ସଂକ୍ରମିତଙ୍କ ଗ୍ରାଫ । ଦେଖୁ ଦେଖୁ ଭାରତରେ ସଂକ୍ରମିତଙ୍କ ସଂଖ୍ୟା ୨୩,୨୯,୬୩୯ ଲକ୍ଷ ରେ ପହଞ୍ଚିଛି । ବର୍ତ୍ତମାନ ସୁଦ୍ଧା ଦେଶରେ ୬,୪୩,୯୪୮ ଟି ସକ୍ରିୟ ମାମଲା ରହିଥିବା ବେଳେ ୧୬,୩୯,୬୦୦ ଜଣ ସୁସ୍ଥ ହୋଇ ଘରକୁ ଫେରିଲେଣି । ଏହାସହ ମୋଟ ୪୬,୦୯୧ ଜଣଙ୍କର ମୃତ୍ୟୁ ହୋଇଛି।

Leave A Reply

Your email address will not be published.