Latest Odisha News

BREAKING NEWS

ଦିନକରେ ଦେଶରେ ୬୨ ହଜାରରୁ ଉର୍ଦ୍ଧ୍ବ କରୋନା ସଂକ୍ରମିତ, ୨୯୧ ମୃତ

ନୂଆଦିଲ୍ଲୀ: ଦେଶରେ ଦୈନିକ ଏବେ ଧିରେଧିରେ କରୋନା ଗ୍ରାଫ୍ ବଢୁଥିବା ନଜରକୁ ଆସିଛି। ଗତ ୨୪ ଘଣ୍ଟାରେ ସାରା ଦେଶରେ କରୋନା ସଂକ୍ରମିତ ହୋଇଛନ୍ତି ୬୨ ହଜାର ୨୫୮ ଜଣ । ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧ କୋଟି ୧୯ ଲକ୍ଷ ୦୮ ହଜାର ୯୧୦କୁ ବୃଦ୍ଧି ପାଇଛି ।

ସେହିପରି ଦିନକରେ ଚିକିତ୍ସାଧୀନ ଅବସ୍ଥାରେ ପ୍ରାଣ ହରାଇଛନ୍ତି ଆଉ ୨୯୧ କରୋନା ଆକ୍ରାନ୍ତ । ଏଯାଏଁ ମହାମାରୀ ଦେଶରେ ୧ ଲକ୍ଷ ୬୧ ହଜାର ୨୪୦ ଜୀବନ ନେଲାଣି।

ଗତ ୨୪ ଘଣ୍ଟାରେ ଦେଶରେ ସୁସ୍ଥ ହୋଇଛନ୍ତି ୩୦,୩୮୬। ବର୍ତ୍ତମାନ ସୁଦ୍ଧା କରୋନାରୁ ଆରୋଗ୍ୟ ଲାଭ କଲେଣି ୧ କୋଟି ୧୨ ଲକ୍ଷ ୯୫ ହଜାର ୦୨୩ ଆକ୍ରାନ୍ତ । ଆକ୍ଟିଭ୍ କେସ୍ ରହିଛି ୪ ଲକ୍ଷ ୫୨ ହଜାର ୬୪୭।

Leave A Reply

Your email address will not be published.