Latest Odisha News

BREAKING NEWS

ରାଜ୍ୟରେ ଚିହ୍ନଟ ହେଲେ ଆଉ ୬୩ କୋଭିଡ୍ ପଜିଟିଭ୍, ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩୩୬୪୬୦

ଭୁବନେଶ୍ବର: ରାଜ୍ୟରେ କମୁଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା । ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା କମିବାରେ ଲାଗିଛି । ଗତ ୨୪ ଘଣ୍ଟା ମଧ୍ୟରେ ୬୩ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୩୯ ଜଣ କ୍ବାରେଣ୍ଟାଇନ୍‌ରେ ରହିଥିବା ବେଳେ ୨୪ ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । 

ନୂଆ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩ ଲକ୍ଷ ୩୬ ହଜାର ୪୬୦ରେ ପହଞ୍ଚିଛି । ଏଥିମଧ୍ୟରୁ ୭୩୨ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୩ ଲକ୍ଷ ୩୩ ହଜାର ୭୦୦ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୮୦ ଲକ୍ଷ ୮୧ ହଜାର ୩୭୫ଟି ସାମ୍ପୁଲ ଟେଷ୍ଟ୍ ହୋଇଛି ।

Leave A Reply

Your email address will not be published.