Latest Odisha News

BREAKING NEWS

ରାଜ୍ୟର ୬୩ ହଜାର ୩୦୩ ପ୍ରାଥମିକ ଶିକ୍ଷକଙ୍କୁ ପଦୋନ୍ନତି

ଭୁବନେଶ୍ବର : ଶିକ୍ଷକଙ୍କ ପାଇଁ ରାଜ୍ୟ ସରକାରଙ୍କ ଗୁରୁତ୍ବପୂର୍ଣ୍ଣ ନିଷ୍ପତ୍ତି । ୬୩ ହଜାର ୩୦୩ ପ୍ରାଥମିକ ଶିକ୍ଷକଙ୍କୁ ପଦୋନ୍ନତି । ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶକ୍ରମେ ରାଜ୍ୟର ପ୍ରାଥମିକ ବିଦ୍ୟାଳୟ ଗୁଡିକର ଶିକ୍ଷକଙ୍କ ପଦୋନ୍ନତି ପାଇଁ ଆବଶ୍ୟକ ରେସିଡେନ୍ସି ପିରିଅଡକୁ କମ୍ କରାଯାଇଛି । ଏହାସହ ଉଚ୍ଚ ପ୍ରାଥମିକ ସ୍ତରରେ ବିଭିନ୍ନ ବିଷୟ ପାଇଁ ଶିକ୍ଷକ ପଦବୀ ପୂରଣ ହେବ । ଏବଂ ପ୍ରାଥମିକ ଓ ଉଚ୍ଚ ପ୍ରାଥମିକ ସ୍ତରରେ ପ୍ରଧାନ ଶିକ୍ଷକ ପଦବୀ ଗୁଡିକ ମଧ୍ୟ ପୂରଣ ହୋଇପାରିବ । ପ୍ରାଥମିକ ଶିକ୍ଷା କ୍ଷେତ୍ରରେ ବିଭିନ୍ନ ସ୍ତରରେ ଶିକ୍ଷକ ଅଭାବ ପୂରଣ ହେବା ଦ୍ବାରା ପ୍ରାଥମିକ ବିଦ୍ୟାଳୟ ଗୁଡିକର ପରିଚାଳନାରେ ଉନ୍ନତି ଆସିବା ସହିତ ଶୈକ୍ଷିକ ପରିବେଶରେ ମଧ୍ୟ ଉନ୍ନତି ଆସିପାରିବ ବୋଲି ମୁଖ୍ୟମନ୍ତ୍ରୀ ଆଶାପ୍ରକାଶ କରିଛନ୍ତି ।

ଏହି ପ୍ରସ୍ତାବ କାର୍ଯ୍ୟକାରୀ ହେବା ଦ୍ବାରା ୫(ଏ) ସ୍ତରରେ ଥିବା ୨୯ ହଜାର ୭୫୯ ଜଣ ସହକାରୀ ଶିକ୍ଷକ ୫(ବି) ସ୍ତରକୁ ପଦୋନ୍ନତି ପାଇଛନ୍ତି । ଏବଂ ୫(ବି) ସ୍ତରରେ ଥିବା ୨୯ ହଜାର ୭୫୯ ଜଣ ବରିଷ୍ଠ ଶିକ୍ଷକ ତୁରନ୍ତ ଲେଭେଲ-୪କୁ ପଦୋନ୍ନତି ପାଇଛନ୍ତି । ଏହାସହିତ ଲେଭେଲ ୪ରେ ଥିବା ୩ ହଜାର ୭୮୫ ଜଣ ପ୍ରଧାନଶିକ୍ଷକ ସେପ୍ଟେମ୍ବର ମାସ ସୁଦ୍ଧା ଲେଭେଲ-୩କୁ ପଦୋନ୍ନତି ପାଇଛନ୍ତି । ଲେଭେଲ ୫(ବି)ରେ ଥିବା ସହକାରୀ ଶିକ୍ଷକ ମାନଙ୍କ ପାଇଁ ରେସିଡେନ୍‌ସି ପିରିଅଡକୁ ଏକ ବର୍ଷରୁ ୬ ମାସ କରାଯାଇଥିବା ବେଳେ, ଲେଭେଲ-୪ ରୁ ଲେଭେଲ-୩ କୁ ପଦୋନ୍ନତି ପାଇବା ପାଇଁ ରେସିଡ଼େନସି ପିରିଅଡର ସୀମା ୨ ବର୍ଷରୁ ୧ ବର୍ଷ କରାଯାଇଛି ।

ଗତ ୨୦୧୯ରେ ପ୍ରାଥମିକ ଶିକ୍ଷକ ମାନଙ୍କ କ୍ୟାଡରର ପୁନର୍ଗଠନ କରାଯାଇ ଲେଭେଲ-୪ ରେ ୨୧ ହଜାର ୪୬୩ ଶିକ୍ଷକ ପଦବୀ ସ୍ଥାନରେ ୫୧ ହଜାର ୧୬୪ ଟି ପଦବୀ ସୃଷ୍ଟି କରାଯାଇଥିଲା । ଏବଂ ଲେଭେଲ-୩ ରେ ଥିବା ୯୩୦୫ଟି ପଦବୀ ସ୍ଥାନରେ ୧୮ ହଜାର ୭୬୯ ଶିକ୍ଷକ ପଦବୀ ସୃଷ୍ଟି କରାଯାଇଥିଲା । ପଦୋନ୍ନତି ପାଇବାକୁ ଯାଉଥିବା ସମସ୍ତ ଶିକ୍ଷକଙ୍କୁ ଅଭିନନ୍ଦନ ଜଣାଇବା ସହ ଗୁଣାତ୍ମକ ଶିକ୍ଷାଦାନ ଦିଗରେ ରାଜ୍ୟ ସରକାରଙ୍କ ଉଦ୍ୟମର ସଫଳତାରେ ସମସ୍ତଙ୍କ ସହଯୋଗ କାମନା କରିଛନ୍ତି ମୁଖ୍ୟମନ୍ତ୍ରୀ । ରାଜ୍ୟ ସରକାରଙ୍କ ଏଭଳି ନିଷ୍ପତ୍ତିକୁ ବିଭିନ୍ନ ଶିକ୍ଷକ ସଙ୍ଗଠନ ସ୍ବାଗତ କରିଛି ।

Leave A Reply

Your email address will not be published.