Latest Odisha News

ରାଜ୍ୟରେ ଚିହ୍ନଟ ହେଲେ ଆଉ ୬୪ ନୂଆ କରୋନା ପଜିଟିଭ

ଭୁବନେଶ୍ୱର: କରୋନା ମହାମାରୀର ନୂଆ ଷ୍ଟ୍ରେନ୍ ଚିନ୍ତା ବଢ଼ାଇଛି । ସଂକ୍ରମଣ ଦିନକୁ ଦିନ ଡରାଉଛି । ୨୪ ଘଣ୍ଟା ରାଜ୍ୟରେ ୧୭ଟି ଜିଲ୍ଲାରୁ ୬୪ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ୩୭ ଜଣ କ୍ୱାରେଣ୍ଟାଇନ୍‌ରେ ଥିବା ବେଳେ ୨୭ ଜଣ ରୋଗୀ ସ୍ଥାନୀୟ ସଂକ୍ରମିତ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩ ଲକ୍ଷ ୩୮ ହଜାର ୦୫୬ ଜଣକୁ ବଢ଼ିଛି । ଏନେଇ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।

ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ସୁନ୍ଦରଗଡ଼ରୁ ୧୦ ଜଣ, ମୟୂରଭଞ୍ଜରୁ ୮ ଜଣ, କଟକ ଓ ଖୋର୍ଦ୍ଧାରୁ ୭ ଜଣ ଲେଖାଏଁ, ଯାଜପୁରରୁ ୫ ଜଣ, ବରଗଡ଼ ଓ ଗଜପତି ଜିଲ୍ଲାରୁ ୪ ଜଣ ଲେଖାଏଁ, କଳାହାଣ୍ଡିରୁ ୩ ଜଣ, ଅନୁଗୁଳ, ବଲାଙ୍ଗିର, ଦେବଗଡ଼, ଝାରସୁଗୁଡା ଓ ସମ୍ବଲପୁର ଜିଲ୍ଲାରୁ ୨ ଜଣ ଲେଖାଏଁ, ବାଲେଶ୍ବର, ଢ଼େଙ୍କାନାଳ, ଗଞ୍ଜାମ ଓ ରାୟଗଡ଼ା ଜିଲ୍ଲାରୁ ଜଣେ ଲେଖାଏଁ ଏବଂ ଷ୍ଟେଟ୍ ପୋଲ୍‌ରୁ ୨ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।

ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩ ଲକ୍ଷ ୩୮ ହଜାର ୦୫୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୬୭୭ ଜଣ ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୩ ଲକ୍ଷ ୩୫ ହଜାର ୪୦୮ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ୧୯୧୮ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୫୩ ଜଣଙ୍କ ମୃତ୍ୟୁ ଅନ୍ୟ ରୋଗ ଯୋଗୁଁ ହୋଇଛି । ଏବେ ସୁଦ୍ଧା ରାଜ୍ୟରେ ୮୫ ଲକ୍ଷ ୮୦ହଜାର ୦୧୯ ସାମ୍ପୁଲ ଟେଷ୍ଟ୍ ହୋଇଛି ।

Leave A Reply

Your email address will not be published.