Latest Odisha News

BREAKING NEWS

ଭାରତରେ କରୋନାଭାଇରସ ଆକ୍ରାନ୍ତଙ୍କ ସଂଖ୍ୟା ୬୪୯କୁ ବୃଦ୍ଧି, ୧୩ ମୃତ

ନୂଆଦିଲ୍ଲୀ: ଭାରତରେ କରୋନାଭାଇରସ୍ (କୋଭିଡ -୧୯) ଆକ୍ରାନ୍ତଙ୍କ ସଂଖ୍ୟା ଧୀରେ ଧୀରେ ବଢୁଥିବା ବେଳେ ଗୁରୁବାର ଦିନ ଏହି ସଂଖ୍ୟା ୬୪୯ରେ ପହଞ୍ଚିଛି ।

ଏକ ଜାତୀୟ ଗଣମାଧ୍ୟମର ରିପୋର୍ଟ ଅନୁଯାୟୀ ଏଯାବତ୍ କରୋନାରେ ସଂକ୍ରମିତ ହୋଇ ପ୍ରାୟ ୬୪୯ ଜଣ ବ୍ୟକ୍ତି ଚିକିତ୍ସିତ ହେଉଥିବା ବେଳେ ପାଖାପାଖି ୧୩ ଜଣ ପ୍ରାଣ ହରାଇଛନ୍ତି ।

ଆହୁରି ମଧ୍ୟ ସମସ୍ତ ୬୪୯ ଜଣ ଆକ୍ରାନ୍ତଙ୍କ ମଧ୍ୟରେ ୫୯୩ ଜଣ ଭାରତୀୟ ଏବଂ ୪୨ ଜଣ ଚିକିତ୍ସିତ ରୋଗୀ ଡିସଚାର୍ଜ ହୋଇଥିବା ନେଇ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ପ୍ରକାଶ କରାଯାଇଛି ।

ଏଭଳି ପରିସ୍ଥିତିକୁ ଦୃଷ୍ଟିରେ ରଖି ବିଭିନ୍ନ ରାଜ୍ୟରେ ସ୍କୁଲ, କଲେଜ ବନ୍ଦ କରାଯିବା ସହ ଗୋଟିଏ ସ୍ଥାନରେ ଅଧିକ ଲୋକଙ୍କ ସମାବେଶ ଉପରେ ମଧ୍ୟ ସରକାରଙ୍କ ପକ୍ଷରୁ କଟକଣା ଲଗାଯାଇଥିବା ନେଇ ସୂଚନା ମିଳିଛି ।

ଉଲ୍ଲେଖଯୋଗ୍ୟ, ଏହା ଧୀରେଧୀରେ ଥାଇଲାଣ୍ଡ, ଆମେରିକା, ତାଇୱାନ୍, ଭିଏତନାମ, ସିଙ୍ଗାପୁର ଓ ୟୁରୋପ ଭଳି ପାଖାପାଖି ୧୯୭ରୁ ଅଧିକ ଦେଶକୁ ମଧ୍ୟ କୋରୋନା ଭୂତାଣୁ ବ୍ୟାପିବାରେ ଲାଗିଛି ।

Leave A Reply

Your email address will not be published.