Latest Odisha News

BREAKING NEWS

ଓଡ଼ିଶାରୁ କରୋନା ନେଲା ଆଉ ୬୬ ଜୀବନ

ଭୁବନେଶ୍ୱର: ରାଜ୍ୟରେ କରୋନା ସଂକ୍ରମଣ ସ୍ଥିର ରହିଛି । କିନ୍ତୁ ମୃତ୍ୟୁସଂଖ୍ୟା ବଢ଼ିବାରେ ଲାଗିଛି । ଆଉ ୬୬ ଆକ୍ରାନ୍ତଙ୍କ ଜୀବନ ନେଇଛି କରୋନା । ଜିଲ୍ଲାରୁ ସଂକ୍ରମିତ ଚିକିତ୍ସାଧୀନ ଅବସ୍ଥାରେ ପ୍ରାଣ ହରାଇଛନ୍ତି । ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୨୧ ଜଣ ପ୍ରାଣ ହରାଇଛନ୍ତି ।

ବରଗଡ଼ ଓ ସୁନ୍ଦରଗଡ଼ ଜିଲ୍ଲାରୁ ଆଉ ୧୦ ଜଣ ଲେଖାଏ ଆକ୍ରାନ୍ତଙ୍କ ଜୀବନ ନେଇଛି କରୋନା । ବାଲେଶ୍ୱର ଜିଲ୍ଲାରୁ ୮ ଜଣ ଆକ୍ରାନ୍ତ ମୃତ୍ୟୁବରଣ କରିଛନ୍ତି । ସମ୍ୱଲପୁର ଜିଲ୍ଲାରେ ଆଉ ୭ ଜଣ ପ୍ରାଣ ହରାଇଛନ୍ତି ।

ଭଦ୍ରକ ଓ ମୟୂରଭଞ୍ଜ ଜିଲ୍ଲାରୁ ଦୁଇ ଜଣ ଲେଖାଏ ସଂକ୍ରମିତ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁବରଣ କରିଛନ୍ତି । ବଲାଙ୍ଗିର, କଟକ, ଗଞ୍ଜାମ, ଜଗତସିଂହପୁର, କଳାହାଣ୍ଡି ଓ ପୁରୀ ଜିଲ୍ଲାରୁ ଆଉ ଜଣେ ଲେଖାଏ ମୃତ୍ୟୁବରଣ କରିଛନ୍ତି । ରାଜ୍ୟରେ କରୋନା ଜନିତ ମୋଟ୍ ମୃତ୍ୟୁସଂଖ୍ୟା ୪ହଜାର ୮୬୧କୁ ବୃଦ୍ଧି ପାଇଛି ।

Leave A Reply

Your email address will not be published.