Latest Odisha News

BREAKING NEWS

ରାଜ୍ୟରେ ଆଜି ୬୬ ନୂଆ କରୋନା ସଂକ୍ରମିତ ଚିହ୍ନଟ, ୩୩୮୨୫୮ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା

ଭୁବନେଶ୍ବର: ରାଜ୍ୟରେ ଏବେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢିବାରେ ଲାଗିଛି । ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଧିରେ ଧିରେ ବୃଦ୍ଧି ପାଉଛି । ଗତ ୨୪ ଘଣ୍ଟା ମଧ୍ୟରେ ୬୬ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୩୮୨୫୮ରେ ପହଞ୍ଚିଛି ।

ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୩୯ ଜଣ କ୍ବାରେଣ୍ଟାଇନ୍‌ରେ ରହିଥିବା ବେଳେ ୨୭ ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।

ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୩ଜଣ, ବାଲେଶ୍ୱର ଜିଲ୍ଲାରୁ ୫ଜଣ, ବରଗଡ଼ ଜିଲ୍ଲାରୁ ୧୦ଜଣ, କଟକରୁ ୫ଜଣ, ଗଞ୍ଜାମ ଜିଲ୍ଲାରୁ ୨ଜଣ, ଯାଜପୁର ଜିଲ୍ଲାରୁ ୬ଜଣ, ଝାରସୁଗୁଡ଼ାରୁ ୪ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୯ଜଣ, ମୟୂରଭଞ୍ଜରୁ ୮ଜଣ, ନୟାଗଡ଼ ଓ ନୂଆପଡ଼ା ଜିଲ୍ଲାରୁ ଜଣେ ଲେଖାଏଁ, ସମ୍ବଲପୁର ଜିଲ୍ଲାରୁ ୩ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୭ଜଣ, ଷ୍ଟେଟ୍‌ ପୁଲ୍‌ରୁ ୨ଜଣ ରହିଛନ୍ତି ।

ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩୩୮୨୫୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୬୨୭ ଜଣ ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୩୩୫୬୬୦ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୮୬୪୨୧୨୧ ସାମ୍ପୁଲ ଟେଷ୍ଟ୍ ହୋଇଛି ।

Leave A Reply

Your email address will not be published.