ଭୁବନେଶ୍ୱର: ଭୁବନେଶ୍ୱର ଉନ୍ନୟନ କର୍ତ୍ତୃପକ୍ଷ ଭୁବନେଶ୍ୱରକୁ ଅତ୍ୟାଧୁନିକ ସୁବିଧା ସୁଯୋଗ ସହିତ ନୂତନ ରୂପରେଖା ଦେବାର ଗୁରୁଦାୟିତ୍ୱ ବହନ କରିଛି । କ୍ରମବର୍ଦ୍ଧିଷ୍ଣୁ ଜନସଂଖ୍ୟାକୁ ଦୃଷ୍ଟିରେ ରଖି ସହରର ସୌନ୍ଦର୍ଯ୍ୟକରଣ ଓ ବିଭିନ୍ନ ଭିତ୍ତିଭୂମି ନିର୍ମାଣ ଉଦ୍ଦେଶ୍ୟରେ କର୍ତ୍ତୃପକ୍ଷର ଏନଫୋର୍ସମେଣ୍ଟ କାର୍ଯ୍ୟରେ ବିଭିନ୍ନ ସମସ୍ୟା ଉପୁଜୁଥିଲା ।
ଭୁବନେଶ୍ୱର ଉନ୍ନୟନ କର୍ତ୍ତୃପକ୍ଷ ଏନଫୋର୍ସମେଣ୍ଟ କାର୍ଯ୍ୟକୁ ଅଧିକ ଫଳପ୍ରଦ ଓ ସୁସଂହତ କରିବା ଉଦ୍ଦେଶ୍ୟରେ ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ୬୭ଟି ପଦବୀ ସୃଷ୍ଟି ପାଇଁ ଅନୁମୋଦନ ଦେଇଛନ୍ତି । ଏହି ପଦବୀ ଗୁଡିକ ରାଜ୍ୟ ପୋଲିସ୍ ପ୍ରଶାସନ ପକ୍ଷରୁ ସୃଷ୍ଟି କରାଯାଇ ପୂରଣ ହେବ । ଏହି ପଦବୀଗୁଡିକ ହେଲା- ଗୋଟିଏ ACP, ୬ ଟି ASI ଏବଂ ୬୦ଟି ପୋଲିସ କନଷ୍ଟେବଳ ପଦବୀ ।
ଭୁବନେଶ୍ୱର ପୂର୍ବ ଭାରତର ଏକ ଦୃତ ଅଭିବୃଦ୍ଧିଶୀଳ ସହର। ସହରାଞ୍ଚଳ ଯୋଜନାବଦ୍ଧ ବିକାଶ ପାଇଁ ଏହି ପଦବୀଗୁଡିକ କାର୍ଯ୍ୟ କରିବ। ଭୁବନେଶ୍ୱର ଉନ୍ନୟନ କର୍ତ୍ତୃପକ୍ଷଙ୍କ ପ୍ରସ୍ତାବ ଅନୁଯାୟୀ ସମଗ୍ର ଭୁବନେଶ୍ୱର ସହରରେ ଏସବୁ କାର୍ଯ୍ୟ ନିମନ୍ତେ ୨୫ଟି ଜଏଣ୍ଟ ଟିମ୍ ଓ ୫ଟି ରିଜର୍ଭ ଟିମ୍ ର ଆବଶ୍ୟକତା ଥିଲା । ପ୍ରତି ଟିମ୍ରେ ୨ଜଣ ପୁଲିସ୍ କନେଷ୍ଟବଳ ରହିବେ। ଏହି ଟିମ୍ଗୁଡିକର ସମନ୍ୱୟ ଓ ସୁପରିଚାଳନା ପାଇଁ ଜଣେ ACP ଓ ୬ ଜଣ ASI କାର୍ଯ୍ୟ କରିବେ।
ଏହି ପଦବୀଗୁଡିକ ପୂରଣ ଦ୍ୱାରା ଭୁବନେଶ୍ୱର ଉନ୍ନୟନ କର୍ତ୍ତୃପକ୍ଷ ପକ୍ଷରୁ ବିଭିନ୍ନ ଉନ୍ନୟନ କାର୍ଯ୍ୟ ପାଇଁ ଆବଶ୍ୟକୀୟ ଜବରଦଖଲ ଉଚ୍ଛେଦ କାର୍ଯ୍ୟ ସହଜ ଓ ତ୍ୱରାନ୍ୱିତ ହେବ।
Comments are closed.