Latest Odisha News

BREAKING NEWS

ଭୁବନେଶ୍ୱରରେ ଖସୁଛି କରୋନା ସକ୍ରିୟ ମାମଲା; ୬୯ ଆକ୍ରାନ୍ତ

ଭୁବନେଶ୍ୱର: ରାଜ୍ୟରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢୁଥିବା ବେଳେ ଗତ ୨୪ ଘଣ୍ଟା ମଧ୍ୟରେ ଭୁବନେଶ୍ୱରରୁ ୬୯ ନୂଆ ପଜିଟିଭ ଚିହ୍ନଟ ହୋଇଛନ୍ତି ।

ଏନେଇ ଟ୍ୱିଟ୍ ଯୋଗେ ସୂଚନା ଦେଇଛନ୍ତି ଭୁବନେଶ୍ୱର ମହାନଗର ନିଗମ (ବିଏମସି)। ଆକ୍ରାନ୍ତଙ୍କ ମଧ୍ୟରେ ୧୬ ଜଣ କ୍ୱାରେଣ୍ଟାଇନ୍ ଏବଂ ୫୩ଟି ସ୍ଥାନୀୟ ମାମଲା ରହିଛି ।

ଅପରପକ୍ଷରେ ଗତ ୨୪ ଘଣ୍ଟାରେ ଭୁବନେଶ୍ୱରରୁ ୭୪ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଏଥିସହିତ ଆକ୍ଟିଭ କେସ୍ ମଧ୍ୟ କମିବା ସହ ୭୫୫ରେ ପହଞ୍ଚିଛି ।

ଉଲ୍ଲେଖଯୋଗ୍ୟ, ଭୁବନେଶ୍ୱରରେ ମୋଟ୍ ୨୯,୯୬୫ କରୋନା ପଜିଟିଭ ମାମଲା ରହିଛି । ତନ୍ମଧ୍ୟରୁ ବର୍ତ୍ତମାନ ସୁଦ୍ଧା ମୋଟ୍ ୨୯,୦୦୨ ଜଣ ଆରୋଗ୍ୟ ଲାଭ କରିଛନ୍ତି । ଏହାଛଡା ୧୮୭ ଜଣଙ୍କର ମୃତ୍ୟୁ ଘଟିଛି ।

Leave A Reply

Your email address will not be published.