Latest Odisha News

ଆକ୍ରାନ୍ତଙ୍କ ତୁଳନାରେ ଭୁବନେଶ୍ୱରରେ ବଢୁଛି ସୁସ୍ଥତାଙ୍କ ସଂଖ୍ୟା; ଆଜି ୬୯ ପଜିଟିଭ

ଭୁବନେଶ୍ୱର: ରାଜ୍ୟରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢୁଥିବା ବେଳେ ଗତ ୨୪ ଘଣ୍ଟା ମଧ୍ୟରେ ଭୁବନେଶ୍ୱରରୁ ୬୯ ନୂଆ ପଜିଟିଭ ଚିହ୍ନଟ ହୋଇଛନ୍ତି ।

BjdElectrycity

ଭୁବନେଶ୍ୱର ମହାନଗର ନିଗମ (ବିଏମସି)ର ସୂଚନା ଅନୁଯାୟୀ ସମସ୍ତ ଆକ୍ରାନ୍ତଙ୍କ ମଧ୍ୟରେ ୧୪ ଜଣ କ୍ୱାରେଣ୍ଟାଇନ୍ ଏବଂ ୫୫ଟି ସ୍ଥାନୀୟ ମାମଲା ରହିଛି ।

ଅପରପକ୍ଷରେ ଗତ ୨୪ ଘଣ୍ଟାରେ ଭୁବନେଶ୍ୱରରୁ ୧୮୦ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି।

ଉଲ୍ଲେଖଯୋଗ୍ୟ, ଭୁବନେଶ୍ୱରରେ ମୋଟ୍ ୨୯,୩୭୯ କରୋନା ପଜିଟିଭ ମାମଲା ରହିଛି । ତନ୍ମଧ୍ୟରୁ ବର୍ତ୍ତମାନ ସୁଦ୍ଧା ୧୦୫୦ ସକ୍ରିୟ ମାମଲା ରହିଥିବା ବେଳେ ମୋଟ୍ ୨୮,୧୩୮ ଜଣ ଆରୋଗ୍ୟ ଲାଭ କରିଛନ୍ତି । ଏହାଛଡା ୧୭୦ ଜଣଙ୍କର ମୃତ୍ୟୁ ଘଟିଛି ।

Leave A Reply

Your email address will not be published.