Latest Odisha News

ନବରାତ୍ରର ୬ଷ୍ଠ ଦିନ; କାତ୍ୟାୟନୀ ରୂପରେ ଆଶୀର୍ବାଦ ଦେଉଛନ୍ତି ମାଆ’

ଭୁବନେଶ୍ୱର: ଆରମ୍ଭ ହୋଇଯାଇଛି ଶାରଦୀୟ ଦୁର୍ଗାପୂଜା। ମାଆଙ୍କ ଆଗମନରେ ପୁଲକିତ ହୋଇ ଉଠିଛି ଧରାପୃଷ୍ଠ। ସବୁଠି ଚାଲିଛି ମାଆଙ୍କ ନବରାତ୍ର ପୂଜା।

ସିଂହବାହିନୀ ଭାବରେ ସେ ଉଭୟ ସ୍ନେହୀ ଓ ଭୟଙ୍କରୀ ଅଟନ୍ତି । ସିଂହ ଉପରେ ବସି ସେ ଚତୁର୍ଭୁଜା, ଅଷ୍ଟଭୁଜା ବା ଏପରିକି ସହସ୍ରଭୁଜା ମଧ୍ୟ ହୋଇପାରନ୍ତି, କିନ୍ତୁ ସବୁବେଳେ ତାଙ୍କର ଗୋଟିଏ ହାତ ବରଦା ବା ଶାନ୍ତ ମୁଦ୍ରାରେ ଶୋଭିତ । ମା’ ରୂପରେ ସେ ଭକ୍ତ ଓ ଶରଣାଗତମାନଙ୍କ ପାଇଁ ସେ ଅଭୟ, ଦୟା ଓ ବରଦା, କରୁଣାମୟୀ । କିନ୍ତୁ ଦୁରାଚାରୀ, ରାକ୍ଷସ ସ୍ୱଭାବର ବ୍ୟକ୍ତି, ଯେ ଅନ୍ୟମାନଙ୍କୁ କଷ୍ଟ ଦିଅନ୍ତି ସେମାନଙ୍କ ପାଇଁ ସେ ଭୟଙ୍କର ହୋଇପଡ଼ନ୍ତି ।

ବସନ୍ତ ଓ ଶରତ ଋତୁରେ ଦେବୀ ଆରାଧନା କରାଯାଏ । ଚୈତ୍ର ଶୁକ୍ଳ ଏବଂ ଆଶ୍ୱିନ ଶୁକ୍ଳ ପ୍ରତିପଦଠାରୁ ନବମୀ ପର୍ଯ୍ୟନ୍ତ ନଗଗୌରୀ ବା ନବଦୁର୍ଗା (ଶୈଳପୁତ୍ରୀ, ବ୍ରହ୍ମଚାରିଣୀ, ଚନ୍ଦ୍ରଘଣ୍ଟା, କୁଷ୍ମାଣ୍ଡା, ସ୍କନ୍ଦମାତା, କାତ୍ୟୟନୀ, କାଳରାତ୍ରୀ, ମହାଗୌରୀ)ଙ୍କ ପୂଜା ଅନୁଷ୍ଠିତ ହୁଏ ।

ଏହି ପବିତ୍ର ନବରାତ୍ରିର ଆଜି ହେଉଛି ଷଷ୍ଠ ଦିନ।ଏହିଦିନ ମାଆ କାତ୍ୟାୟନୀ ରୂପରେ ପୂଜା ପାଆନ୍ତି।

ମହର୍ଷି କାତ୍ୟାୟନଙ୍କ ତପସ୍ୟାରେ ସନ୍ତୁଷ୍ଟ ହୋଇ ଦେବୀ ତାଙ୍କର କନ୍ୟା ରୂପରେ ଜନ୍ମ ହୋଇଥିଲେ, ସେହି ଅନୁଯାୟୀ ଦେବୀଙ୍କ ନାମ କାତ୍ୟାୟନୀ। ଭଗବାନକୃଷ୍ଣଙ୍କୁ ପତି ରୂପେ ପାଇବାକୁ ବ୍ରଜଗୋପୀମାନେ ଦେବୀ କାତ୍ୟାୟନୀଙ୍କୁ ଆରାଧନା କରିଥିଲେ ତେଣୁ ବିବାହ ହୋଇପାରୁନଥିବା ଯୁବତୀ ମାନେ ମାଆଙ୍କ ଆରାଧନା କଲେ ମନଲାଖି ସ୍ୱାମୀ ମିଳେ ବୋଲି ବିଶ୍ୱାସ ରହିଛି।

Leave A Reply

Your email address will not be published.