Latest Odisha News

BREAKING NEWS

ପ୍ରତିଭା ରାୟଙ୍କୁ ପଦ୍ମଭୂଷଣ, ବାବା ବଳିଆଙ୍କୁ ପଦ୍ମଶ୍ରୀ

ଭୁବନେଶ୍ବର : ଘୋଷଣା ହୋଇଛି ୨୦୨୧ ବର୍ଷ ପାଇଁ ସମ୍ମାନଜନକ ପଦ୍ମ ପୁରସ୍କାର । ଏଥିରେ ଓଡ଼ିଶାରୁ ୭ ଜଣ ସ୍ଥାନ ପାଇଛନ୍ତି । ବିଶିଷ୍ଟ ଓଡ଼ିଆ ସାହିତ୍ୟିକ ପ୍ରତିଭା ରାୟଙ୍କୁ ମିଳିବ ପଦ୍ମଭୂଷଣ ସମ୍ମାନ । ପାରା ଆଥଲେଟ୍‌ ପ୍ରମୋଦ ଭଗତଙ୍କୁ ଦିଆଯିବ ପଦ୍ମଶ୍ରୀ ସମ୍ମାନ । ସେହିପରି ସମାଜସେବା ପାଇଁ ଶ୍ରୀମଦ୍‌ ବାବା ବଳିଆଙ୍କୁ ପଦ୍ମଶ୍ରୀ ସମ୍ମାନରେ ସମ୍ମାନୀତ କରାଯିବ ।

ଖାଲି ସେତିକି ନୁହେଁ, ବିଜ୍ଞାନ ଓ ପ୍ରଯୁକ୍ତି ବିଦ୍ୟା ପାଇଁ ଆଦିତ୍ୟ ପ୍ରସାଦ ଦାଶଙ୍କୁ ପଦ୍ମଶ୍ରୀ, କଳା କ୍ଷେତ୍ରରେ ଅବଦାନ ପାଇଁ ଶ୍ୟାମାମଣୀ ଦେବୀଙ୍କୁ ପଦ୍ମଶ୍ରୀ, ସାହିତ୍ୟ ଓ ଶିକ୍ଷା ପାଇଁ ନରସିଂହ ପ୍ରସାଦ ଗୁରୁଙ୍କୁ ପଦ୍ମଶ୍ରୀ, ସିଭିଲ ସର୍ଭିସ ପାଇଁ ଗୁରୁପ୍ରସାଦ ମହାପାତ୍ରଙ୍କୁ ମରଣୋତ୍ତର ପଦ୍ମଶ୍ରୀ ସମ୍ମାନରେ ସମ୍ମାନୀତ କରାଯିବ ।

ଏଥର ୧୭ ଜଣଙ୍କୁ ପଦ୍ମଭୂଷଣ ଓ ୧୦୭ ଜଣଙ୍କୁ ପଦ୍ମଶ୍ରୀ ସମ୍ମାନ ପ୍ରଦାନ କରାଯିବ । ଗୁଲାମ ନବୀ ଆଜାଦ, ବୁଦ୍ଧଦେବ ଭଟ୍ଟାଚାର୍ଯ୍ୟଙ୍କୁ ପଦ୍ମଭୂଷଣ, ସୁନ୍ଦର ପିଚାଇଙ୍କୁ ପଦ୍ମଭୂଷଣ, ସାଇରସ୍‌ ପୁନାଓ୍ବାଲାଙ୍କୁ ପଦ୍ମଭୂଷଣ, ଆଥଲେଟ୍‌ ନୀରଜ ଚୋପ୍ରା, ବନ୍ଦନା କଟାରିୟାଙ୍କୁ ପଦ୍ମଶ୍ରୀ ସମ୍ମାନରେ ସମ୍ମାନୀତ କରାଯିବ ।

Comments are closed, but trackbacks and pingbacks are open.