ରାୟପୁର: ଆନ୍ଧ୍ରପ୍ରଦେଶ ପରେ ଛତିଶଗଡରେ ମଧ୍ୟ ସମାନ ଘଟଣା ଘଟିଛି । ରାୟଗଡ ଜିଲ୍ଲାର ଏକ ପେପର ମିଲ୍ରେ ଗ୍ୟାସ୍ ଲିକ୍ ଯୋଗୁଁ ୭ଜଣ କର୍ମଚାରୀ ଗୁରୁତର ଅସୁସ୍ଥ ହୋଇଛନ୍ତି । ସେମାନଙ୍କୁ ନିକଟସ୍ଥ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ଗୁରୁତରଙ୍କ ମଧ୍ୟରୁ ୩ ଜଣଙ୍କ ଅବସ୍ଥା ସଂକଟାପନ୍ନ ରହିଛି ।
ସୂଚନା ଅନୁସାରେ, ବିଷାକ୍ତ ଗ୍ୟାସ ଲିକ୍ ହେବା ସମୟରେ ମିଲର ଏକ ଟାଙ୍କି ସଫା କରୁଥିବାରୁ ୭ଜଣ କର୍ମଚାରୀ ଗ୍ୟାସର ସଂସ୍ପର୍ଶରେ ଆସିଥିଲେ । ସେମାନଙ୍କ ମଧ୍ୟରୁ ତିନିଜଣଙ୍କ ଅବସ୍ଥା ସଙ୍କଟାପନ୍ନ ରହିଛି ବୋଲି ରାୟଗଡ ପୁଲିସ ଅଧୀକ୍ଷକ କହିଛନ୍ତି। ଏହି ତିନି ଜଣ ଗୁରୁତରଙ୍କୁ ଚିକିତ୍ସା ପାଇଁ ରାଜଧାନୀ ରାୟପୁରକୁ ସ୍ଥାନାନ୍ତର କରାଯାଉଥିବା ସୂଚନା ମିଳିଛି।
ରାୟଗଡ ଏସପି କହିଛନ୍ତି ଯେ, ପେପର ମିଲ ପରିଚାଳନା କମିଟି ପୁଲିସକୁ ସୂଚନା ଦେଇ ନାହିଁ ଜ୍ଝ ଡାକ୍ତରଖାନା ପକ୍ଷରୁ ସେମାନଙ୍କୁ ଗ୍ୟାସ୍ ଲିକ ସମ୍ପର୍କରେ ସୂଚନା ମିଳିଥିବା ସେ କହିଛନ୍ତି ।
BREAKING NEWS
- ଋତୁସ୍ରାବଜନିତ ସ୍ୱାସ୍ଥ୍ୟ ଅଭିଯାନ; ୧୦ ହଜାରରୁ ଅଧିକ ମହିଳାଙ୍କୁ କିଟ୍ ଓ ସଚେତନତା ବାଣ୍ଟିଲା ଟିପିଏସ୍ଓଡିଏଲ୍
- ବିଜେଡିକୁ ଶକ୍ତ ଝଟ୍କା, ଇସ୍ତଫା ଦେଲେ ପୂର୍ବତନ ସାଂସଦ ରବୀନ୍ଦ୍ର ଜେନା
- ଅପରେସନ ସାଇବର କବଚ: ୩୪,୧୦୧ଟି ବେନାମୀ ବ୍ୟାଙ୍କ ଆକାଉଣ୍ଟ ଯାଞ୍ଚ, ୩୩୬ ଜଣ ଗିରଫ
- ଏଥର ଟି୨୦ରେ ବୁମରାହଙ୍କୁ କମ ଦେଖିବାକୁ ମିଳିବ
- ଟି୨୦ ବିଶ୍ୱକପ: ଭାଙ୍ଗିଲା ଏହି ସବୁ ରେକର୍ଡ
- ଗୁଜରାଟ ଟାଇଟାନ୍ସର ବ୍ୟାଟିଂ କୋଚ ହେଲେ ମାଥ୍ୟୁ ହେଡେନ
- Nyaya Sanhita Exhibition: ଆଉ ଦୁଇ ଦିନ ବଢିଲା ଭାରତୀୟ ନ୍ୟାୟ ସଂହିତା ପ୍ରଦର୍ଶନୀ
- ଭିତ୍ତିଭୂମି ନିର୍ମାଣରେ ଓଡ଼ିଶା ତୁଳନାରେ ଆଗୁଆ ଅଛି ଆନ୍ଧ୍ର: ବିଦ୍ୟୁତ ରିପୋର୍ଟ
- ରାଜ୍ୟରେ ଦାଦନ ଶ୍ରମିକ ବୃଦ୍ଧି, ବର୍ଷକରେ ବଢିଲେଣି ୨୨ ହଜାର ପ୍ରବାସୀ
- Youth Commits Suicide: ପୋଲିସର ନିର୍ଯାତନା ସହି ନପାରି ଯୁବକଙ୍କ ଆତ୍ମହତ୍ୟା
Comments are closed.