Latest Odisha News

BREAKING NEWS

ଟ୍ରକ୍‌କୁ ଧକ୍କା ଦେଲା ବସ୍‌; ୭ ଆହତ

ଭଦ୍ରକ: ଟ୍ରକ୍‌କୁ ପିଟିଲା ଯାତ୍ରୀବାହୀ ବସ୍‌ । ଦୁର୍ଘଟଣାରେ ୭ ଜଣ ଆହତ ହୋଇଥିବା ଜଣାପଡିଛି । ସୂଚନା ଅନୁଯାୟୀ, ଗତକାଲି ରାତିରେ ବସ୍‌ଟି ଭୁବନେଶ୍ୱରରୁ କୋଲକାତା ଯାଉଥିବା ବେଳେ ଭାରସାମ୍ୟ ହରାଇ ଏକ ଟ୍ରକ୍‌କୁ ପଛପଟୁ ଧକ୍କା ଦେଇଥିଲା । ଫଳରେ ୭ ଜଣ ଆହତ ହୋଇଛନ୍ତି । ଏହି ଦୁର୍ଘଟଣା ଜାତୀୟ ରାଜପଥ-୧୬ର ବୀଣା ପେଟ୍ରେଲ ପମ୍ପ ନିକଟରେ ଘଟିଛି ।

ଏନେଇ ଘଟଣାସ୍ଥଳରେ ସ୍ଥାନୀୟ ପୁଲିସ ପହଞ୍ଚି ଆହତମାନଙ୍କୁ ଭଦ୍ରକ ମେଡିକାଲରେ ଭର୍ତ୍ତି କରିବା ସହ ଅଧିକ ତଦନ୍ତ ଜାରି ରଖିଛି  । ସେପଟେ ଦୁର୍ଘଟଣା ପରେ ବସ୍‌ ଡ୍ରାଇଭର ଓ କଣ୍ଡକ୍ଟର ଫେରାର ହୋଇଯାଇଛନ୍ତି । ପୋଲିସ ତାଙ୍କୁ ଖୋଜା ଖୋଜି କରୁଛି  ।

 

Leave A Reply

Your email address will not be published.