ବଲାଙ୍ଗୀର : ବଲାଙ୍ଗୀର ଜିଲ୍ଲା ତୁଷୁରା ଅଞ୍ଚଳରେ ଦିନକୁ ଦିନ ଗଞ୍ଜେଇ କାରବାର ବଢୁଛି । ଆଜି ଏକ ପଲସର ବାଇକରେ ଜଣେ ଯୁବକ ଗଞ୍ଜେଇ ନେଇ ଆସୁଥିବା ବେଳେ କୌଣସି ସୁତ୍ରରୁ ଖବର ପାଇ ପୋଲିସ ଚଢାଉ କରିଥିଲା ।ବାଇକ ଡିକିରୁ ୭ କେଜି ଗଞ୍ଜେଇ ଜବତ କରିବା ସହିତ ଦୁଇ ଜଣ ଅଭିଯୁକ୍ତଙ୍କୁ ପୋଲିସ ଗିରଫ କରିଛି । ଗିରଫ ହୋଇଥିବା ଅଭିଯୁକ୍ତ ମାନେ ହେଲେ ଭୋଲା ନାଥ ବେହେରା ଓ ସୁଧୀର କୁମ୍ଭାର ବୋଲି ଥାନା ଅଧିକାରୀ ସୁରେଶ ଚନ୍ଦ୍ର ପ୍ରଧାନ ସୂଚନା ଦେଇଛନ୍ତି । ଏମାନଙ୍କ ଗାଡିକୁ ଜବତ କରିଛି ପୋଲିସ । ଅଭିଯୁକ୍ତ ଦୁଇ ଜଣ ବରଗଡ ଜିଲ୍ଲା ବରପାଲି ଅଂଚଳର ବୋଲି ସୂଚନା ମିଳିଛିା ଏନେଇ ଅଞ୍ଚଳରେ ପାଟ୍ରୋଲିଂ କଡାକଡି କରୁଛି ପୋଲିସ ।
BREAKING NEWS
- BJP: ପଦ୍ମ ଧରିଲେ କେନ୍ଦୁଝରଗଡ଼ ପୌର ଉପାଧ୍ୟକ୍ଷଙ୍କ ସହ ୮ କାଉନସିଲର
- Bbsr-Singapore Flights Cancelled:ଯୁଦ୍ଧର ପ୍ରଭାବ…ଭୁବନେଶ୍ବରରୁ ସିଙ୍ଗାପୁରକୁ ଅନ୍ତର୍ଜାତୀୟ ବିମାନସେବା ବନ୍ଦ
- ଅଏଲ୍ ଇଣ୍ଡିଆ ଏବଂ ସିଏସଆଇଆର-ଆଇଏମଏମଟି ମଧ୍ୟରେ ବୁଝାମଣାପତ୍ର ସ୍ୱାକ୍ଷରିତ
- ହାର୍ଦ୍ଦିକଙ୍କ ବ୍ୟାଟ ଚୋରୀ କରି ନେଇଗଲେ ରିଙ୍କୁ
- AI in healthcare: ଅଙ୍ଗ ପ୍ରତିରୋପଣ କ୍ଷେତ୍ରରେ ଭାରତ ବିଶ୍ୱର ତୃତୀୟ ଶ୍ରେଷ୍ଠ ଦେଶ
- ଭାମଶୀଙ୍କ ଫିଲ୍ମରେ ଅଭିନୟ କରିବେ ସଲମାନ
- Nishikant Dubey: ଦେଶବାସୀଙ୍କ ପାଖରେ ଦୁବେ ନିସର୍ତ୍ତ କ୍ଷମା ପ୍ରାର୍ଥନା କରନ୍ତୁ: ବିଜେଡି
- ଡିଆରଏସ ନିୟମରେ ବଡ ପରିବର୍ତନ କଲା ବିସିସିଆଇ
- ମହାନଦୀରେ ଛଡ଼ାଗଲା ୧୨ଟି ଘଡ଼ିଆଳ, ୩୫ରେ ପହଞ୍ଚିଲା କୁମ୍ଭୀରଙ୍କ ସଂଖ୍ୟା
- Lashkar-e-Taiba terrorist:ଦିଲ୍ଲୀ ସୀମାରୁ ଗିରଫ ହେଲା ଲସ୍କର ଆତଙ୍କବାଦୀ;ସ୍ଲିପର ସେଲ୍ ଭାବରେ କରୁଥିଲା କାମ
Comments are closed.