Latest Odisha News

BREAKING NEWS

ଓଡିଶାରେ ଆଉ ୭୩୬ କରୋନା ଆକ୍ରାନ୍ତ ଚିହ୍ନଟ; ଜାଣନ୍ତୁ, କେଉଁ ଜିଲ୍ଲାରୁ କେତେ

ଭୁବନେଶ୍ୱର: କରୋନାଭାଇରସର କାୟା ଦିନକୁ ଦିନ ବଢୁଥିବା ବେଳେ ଓଡିଶାରେ ଗତ ୨୪ଘଣ୍ଟାରେ ନୂଆ ୭୩୬ କରୋନା ଆକ୍ରାନ୍ତ ବ୍ୟକ୍ତିଙ୍କୁ ଚିହ୍ନଟ କରାଯାଇଛି । ଯାହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୭ ହଜାର ୪୩୭ରେ ପହଞ୍ଚିଛି।

ଏନେଇ ଟ୍ୱିଟ୍ କରିଛି ରାଜ୍ୟ ସୂଚନା ଓ ଲୋକସମ୍ପର୍କ ବିଭାଗ ।

ମିଳିଥିବା ସୂଚନାନୁଯାୟୀ ସମସ୍ତ ପଜିଟିଭଙ୍କ ମଧ୍ୟରୁ ୪୮୧ ଜଣ କ୍ୱାରେଣ୍ଟାଇନ ସେଣ୍ଟରର ଏବଂ ୨୫୫ ଜଣ ସ୍ଥାନୀୟ ବାସିନ୍ଦା ବୋଲି ଜଣାପଡିଛି । ଏହାଛଡା ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ପ୍ରାୟ ୨୫ ଜିଲ୍ଲାରୁ ଏହି ୭୩୬ ଜଣ ନୂଆ ଆକ୍ରାନ୍ତ ରହିଛନ୍ତି । ଏହାବ୍ୟତିତ ପାଖାପାଖି ୬୦୭ ଜଣ ସୁସ୍ଥ ହୋଇଛନ୍ତି।

ଉଲ୍ଲେଖଯୋଗ୍ୟ, ଓଡିଶାରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୭,୪୩୭ । ସେଥିମଧ୍ୟରେ ୫୩୮୧ଟି ସକ୍ରିୟ ମାମଲା ରହିଥିବା ବେଳେ ମୋଟ୍ ୧୧,୯୩୭ ଜଣ ଆରୋଗ୍ୟ ଲାଭ କରିଛନ୍ତି । ଏହାଛଡା ୮୬ ଜଣଙ୍କର ମୃତ୍ୟୁ ଘଟିଛି ।

Leave A Reply

Your email address will not be published.