ଭୁବନେଶ୍ୱର: କଳିଙ୍ଗ ଷ୍ଟାଡିୟମରେ ୭୩ତମ ସର୍ବଭାରତୀୟ ପୋଲିସ ହକି ପ୍ରତିଯୋଗିତା ଆରମ୍ଭ ହୋଇଛି । ପ୍ରଥମ ମ୍ୟାଚରେ ବି.ଏସ.ଏଫ ୯-୨ ଗୋଲ ବ୍ୟବଧାନରେ ତେଲେଙ୍ଗନା ପୋଲିସ ଦଳକୁ ପରାସ୍ତ କରିଥିଲା । ସେହିପରି ଆଇଟିବିପି ଓ ଉତ୍ତରାଖଣ୍ଡ ପୋଲିସ ମଧ୍ୟରେ ଦ୍ଵିତୀୟ ମ୍ୟାଚ ଖେଳାଯାଇଥିଲା । ଏହି ମ୍ୟାଚରେ ଆଇଟିବିପି ୯ -୧ ଗୋଲରେ ଉତ୍ତରାଖଣ୍ଡ ପୋଲିସକୁ ପରାସ୍ତ କରିଛି। ତୃତୀୟ ମ୍ୟାଚରେ ଝାଡ଼ଖଣ୍ଡ ପୋଲିସ ଛତିଶଗଡ ପୋଲିସ ଦଳକୁ ୪-୧ ଗୋଲ ବ୍ୟବଧାନରେ ପରାସ୍ତ କରିଛି ।
ରାଜ୍ୟ କାରାଗାର ଓ ସଂଶୋଧନ ବିଭାଗର ଆରକ୍ଷୀ ମହାନିର୍ଦ୍ଦେଶକ ଅରୁଣ କୁମାର ରାୟ, ଅଗ୍ନିଶମ ସେବା ଓ ଗୃହରକ୍ଷୀ ବେସାମରିକ ପ୍ରତିରକ୍ଷା ବିଭାଗର ଆରକ୍ଷୀ ମହାନିର୍ଦ୍ଦେଶକ ଡା. ସୁଧାଂଶୁ ଷଡଙ୍ଗୀ ଓ ପରିବହନ କମିଶନର ଅମିତାଭ ଠାକୁର, ଅତିରିକ୍ତ ଆରକ୍ଷୀ ମହାନିର୍ଦ୍ଦେଶକ( ମୁଖ୍ୟାଳୟ) ତଥା ଆୟୋଜନ କମିଟିର ଉପାଧ୍ୟାକ୍ଷ ଦୟାଲ ଗଙ୍ଗୱାର, ଅତିରିକ୍ତ ଆରକ୍ଷୀ ମହାନିର୍ଦ୍ଦେଶକ( ସଶସ୍ତ୍ର) ତଥା ଆୟୋଜନ କମିଟିର ଉପାଧ୍ୟାକ୍ଷ ରାଜେଶ କୁମାର, ଆଇଜି( ତାଲିମ) ତଥା ଆୟୋଜନ କମିଟିର ସମ୍ପାଦକ ଅନୁପ କୁମାର ସାହୁ ପ୍ରମୁଖ ବିଭିନ୍ନ ମ୍ୟାଚ ଗୁଡିକରେ ଅତିଥିଭାବେ ଅଂଶ ଗ୍ରହଣ କରି ଖେଳାଳିଙ୍କୁ ଉତ୍ସାହିତ କରିଥିଲେ।
BREAKING NEWS
- MPATGM:ପୁଣି କମାଲ୍ କଲା DRDO; ଟ୍ୟାଙ୍କ ଧ୍ୱଂସକାରୀ ସ୍ୱଦେଶୀ ମିସାଇଲର ହେଲା ସଫଳ ପରୀକ୍ଷଣ
- chilika: ଚିଲିକା ହ୍ରଦର ସାମଗ୍ରୀକ ବିକାଶ ସମ୍ପର୍କିତ ବୈଠକ; ପର୍ଯ୍ୟଟନ ପାଇଁ ସ୍ୱତନ୍ତ୍ର ଯୋଜନା କରିବାକୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ
- ୧୦ ବିଧାୟକଙ୍କ ସହ ଆଲୋଚନା କଲେ ନବୀନ ପଟ୍ଟନାୟକ;ଲୋକଙ୍କ ସେବା ଜାରି ରଖିବା ପାଇଁ…
- ପିଶାଚ ପଡୋଶୀ, ବୃଦ୍ଧାଙ୍କୁ ଦୁଷ୍କର୍ମ ପରେ ପଥରରେ ଛେଚି ହତ୍ୟା
- ‘ରୋମିଓ-ଜୁଲିଏଟ୍ କ୍ଲଜ୍’ କଣ; ଯାହା ଉପରେ ବିଚାର କରିବାକୁ କେନ୍ଦ୍ରକୁ ସୁପ୍ରିକୋର୍ଟଙ୍କ ପରାମର୍ଶ
- ବିଜୟ ହଜାରେ ଟ୍ରଫି: କର୍ଣ୍ଣାଟକ, ସୌରାଷ୍ଟ୍ର ସେମି ଫାଇନାଲରେ
- ଖୋର୍ଦ୍ଧା ପରେ ଢେଙ୍କାନାଳ ବିଦ୍ୟାଳୟରେ ଜଣ୍ଡିସ୍ ଚିହ୍ନଟ
- ବାଂଲାଦେଶରେ ଉତ୍ତେଜନା; ପୋଲିସ ହେପାଜତରେ ଆୱାମୀ ଲିଗ୍ ନେତାଙ୍କ ମୃତ୍ୟୁ
- ବିସିବିର ଆଉ ଏକ ମିଛ ଧରିଲା ଆଇସିସି
- ଫେବୃଆରୀ ୧ରେ ଆସିବ କେନ୍ଦ୍ରୀୟ ବଜେଟ, ରବିବାର ହେବ…
Comments are closed.