Latest Odisha News

BREAKING NEWS

ସୁନ୍ଦରଗଡରେ ୭୪ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ; ସୂଚନା ଦେଲେ ପ୍ରଶାସନ

ରାଉରକେଲା: ରାଜ୍ୟରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢୁଥିବା ବେଳେ ସୁନ୍ଦରଗଡ ଜିଲ୍ଲାରେ ଗତ ୨୪ ଘଣ୍ଟାରେ ୭୪ ନୂଆ ପଜିଟିଭ ଚିହ୍ନଟ ହୋଇଛନ୍ତି । ଯାହାକୁ ମିଶାଇ ମୋଟ୍ ସଂକ୍ରମିତଙ୍କ ସଂଖ୍ୟା ୧୨୯୮ରେ ପହଞ୍ଚିଛି ।

ଏନେଇ ଟ୍ୱିଟ୍ ଯୋଗେ ସୂଚନା ଦେଇଛନ୍ତି ସୁନ୍ଦରଗଡ ଜିଲ୍ଲାପାଳ ।

ଏହି ସମସ୍ତ ଆକ୍ରାନ୍ତଙ୍କ ମଧ୍ୟରେ ଅଧିକାଂଶ ଆକ୍ରାନ୍ତ ରାଉରକେଲାରୁ ଚିହ୍ନଟ ହୋଇଛି । ପ୍ରଶାସନର ସୂଚନାନୁଯାୟୀ ଜିଲ୍ଲାରେ କରୋନା ଟେଷ୍ଟ ଅଧିକ ସଂଖ୍ୟାରେ କରାଯାଉଥିବା ଯୋଗୁଁ ସଂକ୍ରମିତଙ୍କ ସଂଖ୍ୟା ବଢିବାରେ ଲାଗିଛି ।

ସେହିପରି ଅଧିକ ସଂଖ୍ୟାରେ ଆଇସିୟୁ ବେଡ୍ କରାଯିବା ସଙ୍ଗେ ସଙ୍ଗେ ପ୍ଲାଜମା ବ୍ୟାଙ୍କକୁ ମଧ୍ୟ ପ୍ରସ୍ତୁତ କରାଯାଉଛି । ଯାହା ଖୁବ୍ ଶୀଘ୍ର କାର୍ଯ୍ୟକ୍ଷମ ହେବ ବୋଲି ପ୍ରଶାସନ ସୂଚନା ଦେଇଛନ୍ତି ।

ଉଲ୍ଲେଖଯୋଗ୍ୟ, ଜିଲ୍ଲାରେ ମୋଟ୍ ୫୧୦ କରୋନା ମାମଲା ରହିଥିବା ବେଳେ ୭୭୮ ଜଣ ରୋଗୀ ସୁସ୍ଥ ହୋଇଛନ୍ତି । ଏହାଛଡା ୭ଜଣ ମୃତ୍ୟୁବରଣ କରିଛନ୍ତି ।

Leave A Reply

Your email address will not be published.