Latest Odisha News

ଗତ ୨୪ ଘଣ୍ଟାରେ ଭୁବନେଶ୍ୱରରୁ ୭୪ କରୋନା ପଜିଟିଭ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢୁଥିବା ବେଳେ ଗତ ୨୪ ଘଣ୍ଟା ମଧ୍ୟରେ ଭୁବନେଶ୍ୱରରୁ ୭୪ ନୂଆ ପଜିଟିଭ ଚିହ୍ନଟ ହୋଇଛନ୍ତି । ଯାହାକୁ ମିଶାଇ ସଂକ୍ରମଣ ୨୯ ହଜାର ୩୧୦କୁ ଛୁଇଁଛି ।

ଏନେଇ ଟ୍ୱିଟ୍ ଯୋଗେ ସୂଚନା ଦେଇଛନ୍ତି ଭୁବନେଶ୍ୱର ମହାନଗର ନିଗମ (ବିଏମସି) ।

ଆକ୍ରାନ୍ତଙ୍କ ମଧ୍ୟରେ ୧୬ ଜଣ କ୍ୱାରେଣ୍ଟାଇନ୍ ଏବଂ ୫୮ଟି ସ୍ଥାନୀୟ ମାମଲା ରହିଛି । ସମସ୍ତ କରୋନା ଆକ୍ରାନ୍ତଙ୍କୁ ଚିକିତ୍ସା ପାଇଁ କୋଭିଡ ହସ୍ପିଟାଲକୁ ସ୍ଥାନାନ୍ତରିତ କରାଯାଇଛି । ସେହିପରି ଭୁବନେଶ୍ୱରରୁ ୨୧୪ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି ।

ଉଲ୍ଲେଖଯୋଗ୍ୟ, ଭୁବନେଶ୍ୱରରେ ମୋଟ୍ ୧୧୬୩ ସକ୍ରିୟ ମାମଲା ରହିଥିବା ବେଳେ ମୋଟ୍ ୨୭,୯୫୮ ଜଣ ଆରୋଗ୍ୟ ଲାଭ କରିଛନ୍ତି । ଏହାଛଡା ୧୬୮ ଜଣଙ୍କର ମୃତ୍ୟୁ ଘଟିଛି ।

ଅଧିକ ପଢନ୍ତୁ- ଭଲ ଖବର: ରାଜ୍ୟରେ କରୋନାରୁ ସୁସ୍ଥ ହେଲେଣି ୯୪% ଆକ୍ରାନ୍ତ, ୨୪ ଘଣ୍ଟାରେ ୧୩୮୯ ପଜିଟିଭ

Leave A Reply

Your email address will not be published.