Latest Odisha News

BREAKING NEWS

ରାଜ୍ୟରେ ଚିହ୍ନଟ ହେଲେ ଆଉ ୭୪ କୋଭିଡ୍ ପଜିଟିଭ୍, ୩୩୭୩୫୧ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା

ଭୁବନେଶ୍ବର: ରାଜ୍ୟରେ ଏବେ ବଢୁଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା । ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଧିରେ ଧିରେ ବୃଦ୍ଧି ପାଉଛି । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୭୪ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ନୂଆ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୩୭୩୫୧ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ଦିଆଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୪୫ ଜଣ କ୍ବାରେଣ୍ଟାଇନ୍‌ରେ ରହିଥିବା ବେଳେ ୨୯ ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।

ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ବାଲେଶ୍ୱର ଜିଲ୍ଲାରୁ ୫ଜଣ, ବରଗଡ଼ ଜିଲ୍ଲାରୁ ୩ ଜଣ, ଭଦ୍ରକରୁ ୨ଜଣ, ବଲାଙ୍ଗିର ଜିଲ୍ଲାରୁ ୩ଜଣ, ଗଜପତିରୁ ଜଣେ, ଗଞ୍ଜାମ ଜିଲ୍ଲାରୁ ଜଣେ, ଯାଜପୁର ଜିଲ୍ଲାରୁ ୩ଜଣ, ଝାରସୁଗୁଡ଼ାରୁ ୬ଜଣ, କେନ୍ଦ୍ରାପଡାରୁ ଜଣେ, କେନ୍ଦୁଝର ଜିଲ୍ଲାରୁ ଜଣେ, ଖୋର୍ଦ୍ଧା ଜିଲ୍ଲାରୁ ୮ଜଣ, ମୟୁରଭଞ୍ଜରୁ ୫ଜଣ, ପୁରୀ ଜିଲ୍ଲାରୁ ୪ଜଣ, ସମ୍ବଲପୁର ଜିଲ୍ଲାରୁ ୧୨ଜଣ, ସୋନପୁରରୁ ୪ଜଣ, ସୁନ୍ଦରଗଡ଼ରୁ ୧୩ଜଣ, ଷ୍ଟେଟ ପୁଲ୍‌ରୁ ୨ ଜଣ ରହିଛନ୍ତି ।

ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩୩୭୩୫୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେଥିମଧ୍ୟରୁ ୭୩୪ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୩୩୪୬୪୭ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୮୩୬୦୧୪୫ଟି ସାମ୍ପୁଲ ଟେଷ୍ଟ୍ ହୋଇଛି ।

Leave A Reply

Your email address will not be published.