Latest Odisha News

BREAKING NEWS

ରାଜଧାନୀ ପ୍ରତିଷ୍ଠା ଦିବସରେ ସମସ୍ତଙ୍କୁ ଡାକିଲ, ମୋର ଭୁଲ କ’ଣ? : ଅପରାଜିତା

ଭୁବନେଶ୍ୱର: ଆଜି ୭୪ ବର୍ଷରେ ପାଦ ଥାପିଛି ରାଜଧାନୀ ଭୁବନେଶ୍ୱର | ୭୪ ତମ ରାଜଧାନୀ ପ୍ରତିଷ୍ଠା ଦିବସରେ ଆଜି ସ୍ୱତନ୍ତ୍ର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି | ଏଥିରେ ପୁଳା ପୁଳା ମନ୍ତ୍ରୀଙ୍କ ସହ ସଚିବମାନଙ୍କୁ ନିମନ୍ତ୍ରଣ କରାଯାଇଥିଲେ ବି ଭୁବନେଶ୍ୱର ସାଂସଦ ଅପରାଜିତା ଷଡଙ୍ଗୀଙ୍କୁ ଡକାଯାଇନାହିଁ | ଆଉ ଏହାକୁ ନେଇ କ୍ଷୋଭ ପ୍ରକାଶ କରିଛନ୍ତି ଅପରାଜିତା |

ଟ୍ୱିଟ କରି ଅପରାଜିତା ଲେଖିଛନ୍ତି ଯେ ରାଜ୍ୟ ସରକାରଙ୍କ ଦ୍ୱାରା ଆଜି ରାଜଧାନୀ ପ୍ରତିଷ୍ଠା ଦିବସ ଅବସରରେ ସ୍ୱତନ୍ତ୍ର କାର୍ଯ୍ୟକ୍ରମ ଆୟୋଜନ ହେଉଛି | ସମସ୍ତଙ୍କୁ ନିମନ୍ତ୍ରଣ କରାଯାଇଥିଲେ ବି ମୋତେ କରାଯାଇନାହିଁ | ମୁଁ ବି ଯୋଗ ଦେବାକୁ ଚାଁହୁଥିଲେ ବି ମୋତେ ଡକାଯାଇନାହିଁ | ମୋର ଭୁଲ କଣ ବୋଲି ପ୍ରଶ୍ନ କରିଛନ୍ତି ଅପରାଜିତା |

ସୂଚନା ଥାଉ କି ୭୪ ତମ ରାଜଧାନୀ ପ୍ରତିଷ୍ଠା ଦିବସ ସମାରୋହରେ ମନ୍ତ୍ରୀ ପଦ୍ମନାଭ ବେହେରା, ସମୀର ରଞ୍ଜନ ଦାସ, ଅଶୋକ ଚନ୍ଦ୍ର ପଣ୍ଡା, ଭୁବନେଶ୍ୱର ମଧ୍ୟ ବିଧାୟକ ଅନନ୍ତ ନାରାୟଣ ଜେନା, ଭୁବନେଶ୍ୱର ଉତ୍ତର ବିଧାୟକ ସୁଶାନ୍ତ କୁମାର ରାଉତ, ଭୁବନେଶ୍ୱର ମହାନଗର ନିଗମର ମେୟର ସୁଲୋଚନା ଦାସ, ସୂଚନା ଲୋକସମ୍ପର୍କ ବିଭାଗର ପ୍ରମୁଖ ଶାସନ ସଚିବ ବିଷ୍ଣୁପଦ ସେଠୀ, ପୁଲିସ କମିଶନର, ଖୋର୍ଦ୍ଧା ଜିଲ୍ଲାପାଳ, ଭୁବନେଶ୍ୱର ଅତିରିକ୍ତ ଜିଲ୍ଲାପାଳ, ବିଏମସି କମିଶନରଙ୍କୁ ନିମନ୍ତ୍ରଣ କରାଯାଇଥିଲେ ବି ଭୁବନେଶ୍ୱର ସାଂସଦଙ୍କୁ ନିମନ୍ତ୍ରଣ କରାଯାଇନାହିଁ |

ତେବେ ଭୁବନେଶ୍ୱର ସାଂସଦ ଅପରାଜିତାଙ୍କୁ ନିମନ୍ତ୍ରଣ କରିବାରେ କେଉଁଠି ଅସୁବିଧା ରହିଲା ତାହାକୁ ନେଇ ପ୍ରଶ୍ନ ଉଠିଛି |

Comments are closed.